ପୁଣି ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଗତି କରିବ ବୋଲି ଆକଳନ କରାଯାଉଛି। ଏହା ପ୍ରଭାବରେ ଆସନ୍ତା ୬ଦିନ ଅର୍ଥାତ୍‌ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଶନିବାର ବାଲେଶ୍ୱର, ଭ୍ରଦକ, ଜଗତ୍‌ସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ମୟୁରଭଞ୍ଜ ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ରବିବାର ମୟୁରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍‌ ଓ୍ବାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧା, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼କୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସଂସ୍କୃତ ଦିବସ ସପ୍ତାହ ପାଳିତ

    ସଂସ୍କୃତ ଭାଷାର ସୁରକ୍ଷା ଓ ପ୍ରଚାର ଉପରେ ଗୁରୁତ୍ୱାରୋପ ରାଇକିଆ, ୩୧।୮: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ସଂସ୍କୃତ ଦିବସ ସପ୍ତାହ ଉତ୍ସାହ ସହ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟ ପକ୍ଷରୁ ସଂସ୍କୃତ ଭାଷାର ଗୁରୁତ୍ୱ,…

    Continue reading
    ଲଘୁଚାପଜନିତ ବର୍ଷାରେ ରାଇକିଆ ବେହାଲ

    ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ, ଯାତାୟାତ ପ୍ରଭାବିତ ରାଇକିଆ-୩୧-୨୬-କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଲାଗିରହିଛି। କେତେବେଳେ ଝିପିଝିପି ବର୍ଷା ତ ଆଉ କେତେବେଳେ ପ୍ରବଳ ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ