ପୁଣି ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ

ଭୁବନେଶ୍ୱର: କଟକ ବଡ଼ ମେଡିକାଲରେ ଅଗ୍ନିକାଣ୍ଡ ଘଟଣାରେ ମଙ୍ଗଳବାର ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କରିଥିଲେ । ତେବେ ଆଜି ଅର୍ଥାତ ବୁଧବାର ପୁଣି ନବୀନ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି ।
ନବୀନ କହିଛନ୍ତି ଯେ ଏହି ଘଟଣାରେ ୧୨ ଜଣଙ୍କ ମୃତୁ୍ୟ ହୋଇଛି । ସ୍ୱାସ୍ଥ୍ୟମନ୍ତ୍ରୀ ଉତ୍ତରଦାୟୀ ହୁଅନ୍ତୁ । ରାଜ୍ୟ ସରକାର ସ୍ୱାସ୍ଥ୍ୟ ଭିତ୍ତିଭୂମି ସୁଦୃଢ ଉପରେ ଗୁରୁତ୍ୱ ଦିଅନ୍ତୁ । ଏସସିବି ଘଟଣା ଏକ ବଡ଼ ଟ୍ରାଜେଡି ବୋଲି ନବୀନ କହିଛନ୍ତି ।

ଗତକାଲି ନବୀନ କହିଥିଲେ ଯେ ତାଙ୍କ ସରକାର ଥିବା ବେଳେ ଏକ ଘରୋଇ ହସ୍‌ପିଟାଲରେ ଏଭଳି ଘଟଣା ଘଟିଥିଲା। ସେଥିପାଇଁ ସେତେବେଳର ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ ବର୍ତ୍ତମାନର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ମଧ୍ୟ ଦେବା ଉଚିତ୍। ଏହା ସହିତ ପ୍ରତି ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯାଉ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ