ଫୁଲବାଣୀ : ଫୁଲବାଣୀ ଜିଲ୍ଲା ଫିରିଙ୍ଗିଆ ଥାନା ମେଲୁପଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ପୁତୁରାର ମାଡ଼ରେ ବୃଦ୍ଧ ବଡବାପାର ମୃତ୍ୟୁ ଘଟିଛି। ମୃତକ ଗୁନୀ କହଁର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତକାଲି ମୃତ ଗୁନୀ କହଁର ଓ ତାଙ୍କ ପୁତୁରା ନରେଶ କହଁରଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା। ଏହି ସମୟରେ ନରେଶ କହଁର ଗୁନୀ କହଁରଙ୍କୁ ମାଡ଼ ମାରିଥିଲେ। ଫଳରେ ଗୁନୀ କହଁର ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଚିକିତ୍ସା ପାଇଁ ଫିରିଙ୍ଗିଆ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଅଟକ ରଖି ଅଧିକ ପଚରାଉଚରା କରୁଛି।
ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ
ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…




