ପୁରସ୍କାର ରାଶିରେ କୋଟିପତି ହେଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ: ଆଇସିସି ଚାମ୍ପିଅନ୍ସ ଟ୍ରଫିରେ ଟିମ୍‌ ଇଣ୍ଡିଆ ଚମ୍ପିଆନ ହୋଇଥିବା ବେଳେ ନ୍ୟୁଜିଲାଣ୍ଡକୁ ରନର୍ସଅପ୍ ଟାଇଟଲରେ ସନ୍ତୁଷ୍ଟ ହେବାକୁ ପଡିଛି । ଗତକାଲି ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ବ୍ଲାକ କ୍ୟାପ୍ସକୁ ୪ ଓ୍ବିକେଟରେ ପରାସ୍ତ କରି ଟ୍ରଫି ଛଡାଇ ଆଣିଥିଲା ମେନ ଇନ ବ୍ଲୁ । ଐତିହାସିକ ବିଜୟ ପରେ ଭାରତୀୟ ଦଳ ଉପରେ ଟଙ୍କା ବର୍ଷା ହୋଇଛି । ସେହିପରି ଉପବିଜେତା ଦଳ ମଧ୍ୟ କୋଟି କୋଟି ଟଙ୍କା ପୁରସ୍କାର ପାଇଛନ୍ତି । ନଜର ପକାନ୍ତୁ କେଉଁ ଦଳକୁ ମିଳିଲା କେତେ ?

ତୃତୀୟ ଥର ପାଇଁ ଚାମ୍ପିଅନ୍ସ ଟ୍ରଫି ହାତେଇବା ପରେ ଖେଳାଳିଙ୍କ ଉପରେ ଟଙ୍କା ବର୍ଷା ହୋଇଛି । ବିଜୟୀ ହେବା ପରେ ଦଳକୁ କୋଟି କୋଟି ଟଙ୍କା ପୁରସ୍କାର ରାଶି ମିଳିଛି । ଆଇସିସି ଟିମ୍ ଇଣ୍ଡିଆକୁ ୧୯.୪୫ କୋଟି ଟଙ୍କାର ପୁରସ୍କାର ରାଶି ଦେଇଛି। ଚାମ୍ପିଅନ୍ସ ଟ୍ରଫି ୨୦୨୫ ଟ୍ରଫି ପ୍ରଦାନ କରିବା ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳକୁ ପୁରସ୍କାର ରାଶି ଚେକ୍ ପ୍ରଦାନ କରାଯାଇଥିଲା।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ