ପୁରୀରେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହତ୍ୟା

ପୁରୀ: ପୁଣି ପୁରୀରେ ଗଡ଼ିଲା ମୁଣ୍ଡ। ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଚନ୍ଦନପୁର ଥାନା ଅନ୍ତର୍ଗତ ଦାମୋଦରପୁର ବଜାରରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଯୁବକଙ୍କୁ ଚିକିତ୍ସା ପାଇଁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଯୁବକ ଜଣକ ହେଲେ ଦାମୋଦରପୁର ମହାରଣା ସାହିର କାଳିଆ ମଲ୍ଲିକ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ହତ୍ୟାକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ଚନ୍ଦନପୁର ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ଅଭିଯୁକ୍ତମାନେ ଫେରାର ଥିବାବେଳେ ପୋଲିସ ସେମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ