ପୁରୀ ଦଳାଚକଟା ଘଟଣା; ତଦନ୍ତ ପାଇଁ ୪ ଜଣିଆ ସ୍ବତନ୍ତ୍ର ଟିମ୍‌ ଗଠନ

ପୁରୀ: ପୁରୀ ଶରଧାବାଲିରେ ଗତ ରବିବାର ଦିନ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି ରାଜ୍ୟ ସରକାର। ଉନ୍ନୟନ କମିସନରଙ୍କ ନେତୃତ୍ବରେ ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଛି। ଆଜି ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

ଏହି ଟିମରେ ଅଛନ୍ତି ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ କୁମାର ସାହୁ। ଏହି ୪ ଜଣ ଓଏଏସ୍‌ ଅଧିକାରୀ ପ୍ରତିଦିନ ଉନ୍ନୟନ କମିସନରଙ୍କ କାର୍ୟ୍ୟାଳୟରେ ଉପସ୍ଥିତ ରହି ଅପରାହ୍‌ଣ ୩ଟାରୁ ୫ଟା ଯାଏଁ ତଦନ୍ତ ପାଇଁ ସମୟ ଦେବେ।

ଗତ ରବିବାର ଦିନ ସକାଳେ ଶରଧାବାଲିରେ ମହାପ୍ରଭୁଙ୍କ ପହୁଡ଼ ଖୋଲିବା ‌ପରେ ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟାରେ ଏଥିରେ ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ର ବାସନ୍ତୀ ସାହୁ, ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣାର ପ୍ରଭାତୀ ଦାସଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନେକ ଶ୍ରଦ୍ଧାଳୁ ମଧ୍ୟ ଆହତ ହୋଇଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ