ପୁଲିସ ଏସଆଇ ପରୀକ୍ଷା କେଳେଙ୍କାରୀ:ତଦନ୍ତ କରିବେ ଏହି ଅଧିକାରୀ

ଭୁବନେଶ୍ୱର: ପୁଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ପର୍ଦ୍ଦାଫାସ କରିବାକୁ ତଦନ୍ତ ଜୋରଦାର ଆରମ୍ଭ ହୋଇଛି । ଏଥିପାଇଁ କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଛି । ଗଞ୍ଜାମ ଜିଲାର ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ଏସଆଇ ପରୀକ୍ଷା କେଳେଙ୍କାରୀର ସମସ୍ତ ମାମଲାର ତଦନ୍ତ କରିବେ ରତ୍ନପ୍ରଭା । ସୁପରଭାଇଜିଂ ଅଫିସର ଭାବେ କ୍ରାଇମବ୍ରାଞ୍ଚ ଏସପି ଅନୀଲ ବେଉରିଆଙ୍କୁ ଦାୟିତ୍ୱ ଦିଆଯାଇଛି ।

ପୁଲିସ ଏସଆଇ ପରୀକ୍ଷା ମହାଦୁର୍ନୀତିରେ ଏଯାବତ ପୁଲିସ ୧୧୪ଜଣଙ୍କ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ ଗିରଫ କରିଥିବାବେଳେ ରାକେଟ୍‍ ପଛର ମାଷ୍ଟର ମାଇଣ୍ଡ ଏବେ ବି ଫେରାର ଅଛନ୍ତି । କ୍ରାଇମବ୍ରାଞ୍ଚ ଟିମ୍‍ ସିଲିକନ୍‍ ଟେକ୍‍ ଲ୍ୟାବର ମାଲିକଙ୍କ ସମେତ ୫ଜଣଙ୍କୁ ମାରାଥନ୍‍ ଜେରା କରି ଅନେକ ତଥ୍ୟ ହାତେଇଥିବା ସୂଚନା ମିଳିଛି । ସେହିପରି ଭୁବନେଶ୍ୱର ଓ ବ୍ରହ୍ମପୁର ସ୍ଥିତ ପଞ୍ଚସଫୁଟ ଏବଂ ଅନ୍ୟ ୩ଟି ଅଫିସରରେ ଚଢାଉ କରି ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିବା ସହ ଅଫିସକୁ ସିଲ୍‍ କରିଛି ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ