‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ ସବ୍ୟସାଚୀ ମିଶ୍ର ଅଭୀନୟ କରିଛନ୍ତି।ସମସ୍ତ ପ୍ରତୀକ୍ଷାର ଅବସାନ ଘଟାଇ ୨୦୨୩ ଗଣେଶ ପୂଜାଦିନ ବହୁପ୍ରତୀକ୍ଷିତ ଓଡ଼ିଆ ଛବି ‘ପୁଷ୍କରା’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ନିଚ୍ଛକ ଅଭୀନୟ ଦର୍ଶକଙ୍କୁ ଆକର୍ଷିତ କରିଛି। କେତେବେଳ ସେ ଗଞ୍ଜେଇ ଟାଣୁଛନ୍ତି, ତ ପୁଣି କେତେ କେତେବେଳେ ସମୁଦ୍ରକୂଳରେ ଶୋଇଛନ୍ତି, ଆଉ ସାଗରର ଢେଉ ତାଙ୍କ ଉପରକୁ ମାଡ଼ି ଆସିଛି। ଏଥିରେ ଓଲିଉଡର ଗ୍ଲାମରସ୍ ନାୟିକା ସୁପ୍ରିୟାଙ୍କୁ ବି ଦେଖିବାକୁ ମିଳିଛି। ଏହା ସବ୍ୟସାଚୀ-ସୁପ୍ରିୟା ଯୋଡ଼ିଙ୍କର ପ୍ରଥମ ସିନେମା।ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ନିଚ୍ଛକ ଅଭୀନୟ ଦର୍ଶକଙ୍କୁ ଆକର୍ଷିତ କରିଛି। କେତେବେଳ ସେ ଗଞ୍ଜେଇ ଟାଣୁଛନ୍ତି, ତ ପୁଣି କେତେ କେତେବେଳେ ସମୁଦ୍ରକୂଳରେ ଶୋଇଛନ୍ତି, ଆଉ ସାଗରର ଢେଉ ତାଙ୍କ ଉପରକୁ ମାଡ଼ି ଆସିଛି। ଏଥିରେ ଓଲିଉଡର ଗ୍ଲାମରସ୍ ନାୟିକା ସୁପ୍ରିୟାଙ୍କୁ ବି ଦେଖିବାକୁ ମିଳିଛି।ଏଥିରେ ଚୌଧୁରୀ ବିକାଶ ଦାସ ଓ ଅଶ୍ରୁମୋଚନ ମହାନ୍ତିଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ତରଙ୍ଗ ସିନେ ପ୍ରଡକସନ୍ସ ବ୍ୟାନରରେ ପ୍ରସ୍ତୁତ ଏହି ଫିଲ୍ମର କଥାବସ୍ତୁ ପ୍ରଖ୍ୟାତ ନାଟ୍ୟକାର ଶଙ୍କର ତ୍ରିପାଠୀଙ୍କ ଉପନ୍ୟାସ ‘ନାଦବିନ୍ଦୁ’ ଉପରେ ଆଧାରିତ। ଏହାର କାହାଣୀ ମୃତ୍ୟୁ ପରେ ପୁଷ୍କର ଛଡ଼ାଇବା ପରମ୍ପରା ଉପରେ ପର୍ୟ୍ୟବେସିତ। ‘ପୁଷ୍କରା’ର ଚିତ୍ରନାଟ୍ୟ ପ୍ରସ୍ତୁତ କରିଛନ୍ତି ଦେବୀଦତ୍ତ ମହାନ୍ତି। ସିନେମାଟୋଗ୍ରାଫର୍ ଶୁଭ୍ରାଂଶୁ ଦାଶ ଏହି ଚଳଚ୍ଚିତ୍ରର ନିର୍ଦେଶନା ଦେଉଛନ୍ତି। ରମେଶ ବାରିକ ଏହାର ନିର୍ମାତା। ବିଭୂତି ଭୂଷଣ ଗଡ଼ନାୟକ ଏହାର ସଙ୍ଗୀତକାର। ଏହି ସିନେମା ଏଥିରେ ଏକ ସଂପୂର୍ଣ୍ଣ ଭିନ୍ନ ଚରିତ୍ରରେ ଅଭିନୟ କରିବାର ସୁଯୋଗ ପାଇଥିବାରୁ ସେ ଖୁବ୍ ଖୁସି। ‘ପୁଷ୍କରା’ ତାଙ୍କ କ୍ୟାରିଅରକୁ ନୂଆ ମୋଡ଼ ଦେବ ବୋଲି ସବ୍ୟସାଚୀ ଆଶା ପ୍ରକାଶ କରିଥିଲେ। ଏବେ ଏହା ସତ୍ୟରେ ପରିଣତ ହୋଇଛି।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ