ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ତୃତୀୟ କିସ୍ତି

ଭୁବନେଶ୍ଵର:ଆଜି ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ତୃତୀୟ କିସ୍ତି ଟଙ୍କା। କୋରାପୁଟ ଜିଲାର ଜୟପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଟମ ଦବାଇ ୧ କୋଟିରୁ ଊର୍ଦ୍ଧ୍ବ ସୁଭଦ୍ରା ଭଉଣୀଙ୍କୁ ତୃତୀୟ କିସ୍ତିର ୫ ହଜାର ଟଙ୍କା ଲେଖାଏଁ ବ୍ୟାଙ୍କ ଖାତାକୁ ପ୍ରଦାନ କରିବେ। ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କୋରାପୁଟ ଜିଲା ଗସ୍ତ ଅବସରରେ କୋଟିଆ ଗାଁକୁ ଯାଇଛନ୍ତି। କୋଟିଆର ପ୍ରତି ଘରେ ହିତାଧିକାରୀଙ୍କ ପାଖରେ କିପରି ସୁଭଦ୍ରା ଟଙ୍କା ପହଞ୍ଚିବ ସେଥିପ୍ରତି ଦୃ‌ଷ୍ଟି ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ତାଙ୍କ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ଯେ ଗ୍ରାମୀଣ ଅର୍ଥନୀତିରେ ବ୍ୟାପକ ପରିବର୍ତ୍ତନ ଆଣିଛି ସୁଭଦ୍ରା ଯୋଜନା। ଅଗଷ୍ଟ ୯ ରାଖି ପୂର୍ଣ୍ଣିମା ଅବସରରେ ଏଥିରେ ଯୋଡ଼ି ହେବାକୁ ଯାଉଛି ଆଉ ଏକ ଫର୍ଦ। ମହିଳାଙ୍କ ସମୃଦ୍ଧି ଜରିଆରେ ରାଜ୍ୟ ଓ ଦେଶର ଉନ୍ନତି ପାଇଁ ସଂକଳ୍ପବଦ୍ଧ ରାଜ୍ୟ ସରକାର। ଉପମୁଖ୍ୟମନ୍ତ୍ରୀ କହିଥିଲେ, ଅଗଷ୍ଟ ୯ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା
ଯୁବତୀ/ମହିଳା ନୂତନ କରି ଆବେଦନ କରିବାକୁ ଥିବାବେଳେ ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ଉପରେ ପୁଣିଥରେ ସର୍ବେକ୍ଷଣ କରାଯିବ। ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ଯେଭଳି ସୁଭଦ୍ରା ପହଞ୍ଚିବ ସେନେଇ ଯୋଜନାକୁ କ୍ରିୟାନ୍ବୟନ କରିବାକୁ ସରକାର ଲଗାତାର ଭାବେ ପ୍ରୟାସ କରୁଥିବା ସେ ପ୍ରକାଶ କରିଛନ୍ତି।

  • Related Posts

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading
    ରାଜ୍ୟ ଅନୁସୂଚିତ ଜନଜାତି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

    ଭୂବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ଅନୁସୁଚୀତ ଜନଜାତି ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ସଂପର୍କରେ ସୂଚନା ଦେଇ ବିଜେପି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ କାନ୍ଦ୍ରା ସୋରେନ କହିଛନ୍ତି ଯେ, ନିଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ