
ଦେବଗଡ଼:ଦେବଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଶ୍ଚିମ ସମ୍ଭାଗ ସଂପାଦକ ତ୍ରିବିକ୍ରମ ଶତପଥି ମୁଖ୍ୟଅତିଥି, ସମ୍ବଲପୁର ବିଭାଗ ସଂଘଚାଳକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର ସଂପାଦକ ହୃଦାନନ୍ଦ ଖୁଣ୍ଟିଆ ଧନ୍ୟବାଦ ଦେଇଥିଲେ। ହେମମଞ୍ଜରୀ ପଣ୍ଡା ବୌଦ୍ଧିକ ପରିଚାଳନା କରିଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ।







