ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ ପରଲୋକ

ଭବନେଶ୍ୱର: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ (୫୧)ଙ୍କ ରବିବାର ସନ୍ଧ୍ୟା ପ୍ରାୟ ସାଢ଼େ ୯ଟାରେ ପରଲୋକ ଘଟିଛି । କିଛି ଦିନ ହେଲା ସେ କିଡନୀଜନିତ ରୋଗରେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି । ସ୍ୱର୍ଗତ ମାଝୀ ବିଜେପି ଦଳରୁ ୨୦୦୪ ଓ ୨୦୦୯ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେହିପରି ୨୦୧୪ ଓ ୨୦୧୯ ମସିହାରେ ବାଲିଗୁଡ଼ାରୁ ବିଜେପି ପ୍ରାର୍ଥୀ ଭାବେ ବିଧାନସଭା ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ ।

ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ ଲେଖିଛନ୍ତି, ଆମ ଦଳର ବରିଷ୍ଠ ନେତା ତଥା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି, ସରଳ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ବିଶେଷଭାବରେ ଜନଜାତିଙ୍କ କଲ୍ୟାଣ ଓ ସେବା ଦିଗରେ ସବୁବେଳେ ତତ୍ପର ହୋଇଥିଲେ । ନିଜ ନିର୍ବାଚନମଣ୍ଡଳୀ ପାଇଁ ସେ କରିଥିବା କାମ ପାଇଁ ସେ ସ୍ମରଣୀୟ ହୋଇରହିବେ । ରାଜ୍ୟ ବିଜେପି ସଭାପତି ଶ୍ରୀ ସାମଲ ଓ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ମାନସ କୁମାର ମହାନ୍ତିଙ୍କ ସମେତ ମନ୍ତ୍ରୀ ରବି ନାରାୟଣ ନାୟକ, ଡ. ମୁକେଶ ମହାଲିଙ୍ଗ ପ୍ରମୁଖ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ