ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ

ଭୁବନେଶ୍ୱର: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇ ନିଜ ଗାଁ ବିଜେପୁର ଦନାରଗୁଡ଼ାକୁ ଫେରିଥିଲେ। ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ସମଗ୍ର ଜିଲାରେ ଶୋକର ଛାୟା ଖେଳିଯାଇଛି।

ଶିବାଜୀ ମାଝୀ ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପ୍ରଥମ ବିଧାୟକ ଭାବେ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସ ଦଳରୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗଦେଇ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ପ୍ରଥମ ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।
ସେ ଜିଲାର ଲାଞ୍ଜିଗଡ଼, ଥୁଆମୂଳ ରାମପୁର ଭଳି ଆଦିବାସୀ ଅଞ୍ଚଳଗୁଡ଼ିକର ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଥିଲେ। ବିଭିନ୍ନ ପଦପଦବୀରେ ରହିଥିଲେ ମଧ୍ୟ ତାଙ୍କର ସରଳ ଜୀବନଯାପନ ଓ ଲୋକଙ୍କ ପ୍ରତି ଆତ୍ମୀୟତା ତାଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିଲା।

  • Related Posts

    ପିଏମ୍ କେୟାର୍ସ ପାଣ୍ଠିକୁ ଘରୋଇ ଦାନ ହ୍ରାସ

    ନୂଆଦିଲ୍ଲୀ : ପିଏମ୍ କେୟାର୍ସ (ପ୍ରାଇମ ମିନିଷ୍ଟର୍ସ ସିଟିଜେନ ଆସିଷ୍ଟାନ୍ସ ଆଣ୍ଡ ରିଲିଫ ଇନ୍ ଏମର୍ଜେନ୍ସି ସିଚୁଏସନ) ପାଣ୍ଠିକୁ ଘରୋଇ ଦାନ ୨୦୨୪-୨୫ରେ ୩୦ ପ୍ରତିଶତ ହ୍ରାସ ପାଇ ୪୭୯ କୋଟି ଟଙ୍କା ରହିଛି । ବିଦେଶୀ ଦାନ ମଧ୍ୟ ୧୮…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଗୋଟିଏ ଅପରାଧିକ ମାମଲା

    ଭୁବନେଶ୍ୱର: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ ଆସିଛି। ବରିଷ୍ଠ ଆଇନଜୀବୀ ବିଜୟ ହଂସାରିଆ କହିଛନ୍ତି ଯେ, ୨୮ଟି ରାଜ୍ୟରୁ ୧୪ଟି ରାଜ୍ୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ