former minister dead ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ବିୟୋଗ

ଭୁବନେଶ୍ୱର: ରାଜ୍ୟ ରାଜନୀତି ପାଇଁ ଏକ ଦୁଃଖଦ ଖବର ଆସିଛି । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବୁର ମାଝୀଙ୍କର ପରଲୋକ ହୋଇଛି । ନବରଙ୍ଗପୁର ଜିଲ୍ଲା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ସେ କିଛି ଦିନ ହେବ ଅସୁସ୍ଥ ଥିଲେ । ଆଇସିୟୁରେ ଆଡମିଟ୍ ହୋଇଥିଲେ । ଆଜି ସକାଳେ  ୮୬ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ୧୯୬୭ରୁ ୧୯୯୦ ମଧ୍ୟରେ ସେ ପରିବହନ, ଅର୍ଥ ଓ ସଂସ୍କୃତି ମନ୍ତ୍ରୀ ଭାବରେ ୪ ଥର ରାଜ୍ୟ ମନ୍ତ୍ରୀ ମଣ୍ଡଳରେ ଦାୟିତ୍ବ ନିର୍ବାହ କରିଛନ୍ତି । ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳିଯାଇଛି ।

ଡମ୍ବୁର ମାଝୀଙ୍କର ଦୀର୍ଘ ରାଜନୈତିକ କ୍ୟାରିୟର ଥିଲା । ଡାବୁଗାଁ ତତ୍କାଳନୀ କୋଡିଙ୍ଗ। ନିର୍ବାଚନ ମଣ୍ଡଳୀରୁ ପ୍ରତି ନିଧିତ୍ବ କରି ଓଡ଼ିଶା ବିଧାନସଭାକୁ ନିର୍ବ।ଚିତ ହୋଇଥିଲେ। ଡମ୍ବୁର ମାଝୀ ସ୍ବତନ୍ତ୍ର ଦଳ, ଭାରତୀୟ ଜାତୀୟ କଂଗ୍ରେସ ଏବଂ ବିଜୁ ଜନତା ଦଳ ଓ ବିଜେପି ସହିତ ଜଡ଼ିତ ଥିଲେ । ୧୯୬୭ ଏବଂ ୧୯୯୦ ମଧ୍ୟରେ ରାଜ୍ୟ ସରକାରରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ୧୯୬୭ରେ ଡାବୁଗାଁ ନିର୍ବାଚନ ମଣ୍ଡଳୀରୁ ସ୍ୱତନ୍ତ୍ର ଦଳରୁ ନିର୍ବାଚନ ଲଢିଥିଲେ । ସେ ୧୯୭୧ ମସିହାରେ ପୁଣି ଥରେ ସ୍ୱତନ୍ତ୍ର ପାର୍ଟିର ପ୍ରତିନିଧିତ୍ୱ କରି ଆସନ ବଜାୟ ରଖିଥିଲେ। ୧୯୮୦ ମସିହାରେ, ସେ ଭାରତୀୟ ଜାତୀୟ କଂଗ୍ରେସ (ଆଇ) ଟିକେଟରେ କୋଡିଙ୍ଗା ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ୧୯୮୫ ମସିହାରେ, ସେ ଭାରତୀୟ ଜାତୀୟ କଂଗ୍ରେସକୁ ପ୍ରତିନିଧିତ୍ୱ କରି ଡାବୁଗାମରୁ ବିଧାନସଭାକୁ ଫେରି ଆସିଥିଲେ। ୨୦୦୯ରେ ନବରଙ୍ଗପୁର ଲୋକସଭା ଆସନରୁ ବିଜେଡି ଟିକେଟରେ ନିର୍ବାଚନ ଲଢ଼ି ମାଝୀ ହାରିଥିଲେ । ୨୦୧୮ ଅକ୍ଟୋବରରେ ସେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ । 

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସଂସ୍କୃତ ଦିବସ ସପ୍ତାହ ପାଳିତ

    ସଂସ୍କୃତ ଭାଷାର ସୁରକ୍ଷା ଓ ପ୍ରଚାର ଉପରେ ଗୁରୁତ୍ୱାରୋପ ରାଇକିଆ, ୩୧।୮: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ସଂସ୍କୃତ ଦିବସ ସପ୍ତାହ ଉତ୍ସାହ ସହ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟ ପକ୍ଷରୁ ସଂସ୍କୃତ ଭାଷାର ଗୁରୁତ୍ୱ,…

    Continue reading
    ଲଘୁଚାପଜନିତ ବର୍ଷାରେ ରାଇକିଆ ବେହାଲ

    ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ, ଯାତାୟାତ ପ୍ରଭାବିତ ରାଇକିଆ-୩୧-୨୬-କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଲାଗିରହିଛି। କେତେବେଳେ ଝିପିଝିପି ବର୍ଷା ତ ଆଉ କେତେବେଳେ ପ୍ରବଳ ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ