ପେଟପାଙ୍ଗା ପଞ୍ଚାୟତରେ ବ୍ଲକସ୍ତରୀୟ ଜନଶୁଣାଣୀ : ୧୯ ଅଭିଯୋଗର ଶୁଣାଣୀ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟପାଙ୍ଗା ଗ୍ରାମ ପଞ୍ଚାୟତ ସଭାଗୃହରେ ବ୍ଲକ ସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗର ଶୀଘ୍ର ସମାଧାନ ଉଦ୍ଦେଶ୍ୟରେ ଆୟୋଜିତ ଏହି ଶିବିରରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହର ଯୋଗଦେଇ ଲୋକଙ୍କ ଅଭିଯୋଗ ଶୁଣିବା ସହ ସମ୍ପୃକ୍ତ ବିଭାଗକୁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।ଏହି ଜନଶୁଣାଣୀରେ ମୋଟ ୧୯ଟି ଆବେଦନ ଓ ଅଭିଯୋଗ ଦାଖଲ ହୋଇଥିଲା। ସେଥିମଧ୍ୟରୁ ୯ଟି ସାମୂହିକ ଏବଂ ୧୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା। ସାମୂହିକ ଅଭିଯୋଗଗୁଡ଼ିକ ମଧ୍ୟରେ ମୋବାଇଲ ନେଟୱର୍କ ସେବା, ଜଳ ସମସ୍ୟା, ବାଦ ପଡ଼ିଥିବା ଭତ୍ତା ହିତାଧିକାରୀଙ୍କୁ ସାମିଲ କରିବା ଏବଂ ଅନ୍ତ୍ୟୋଦୟ ଯୋଜନାରେ ଯୋଗ୍ୟ ପରିବାରଙ୍କୁ ଅନ୍ତର୍ଭୁକ୍ତ କରିବା ଭଳି ପ୍ରସଙ୍ଗ ରହିଥିଲା। ବ୍ୟକ୍ତିଗତ ଅଭିଯୋଗଗୁଡ଼ିକ ମଧ୍ୟ ବିଭିନ୍ନ ସରକାରୀ ସୁବିଧା ଓ ଜନସମସ୍ୟା ସମ୍ପର୍କିତ ଥିଲା।
ଶୁଣାଣୀ ସମୟରେ ଶ୍ରୀ କଂହର ଅଭିଯୋଗଗୁଡ଼ିକର ଯଥାଶୀଘ୍ର ବିଚାର କରି ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସାଧାରଣ ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ପାଇଁ ପ୍ରଶାସନ ସଦା ପ୍ରତିବଦ୍ଧ ବୋଲି ସେ ପ୍ରକାଶ କରିଥିଲେ।ଜନଶୁଣାଣୀ କାର୍ଯ୍ୟକ୍ରମରେ ସରପଞ୍ଚ ଶ୍ରୀମତୀ ପୁଷ୍ପାଞ୍ଜଳି ମଲ୍ଲିକ, ଜିପିଡିଓ ମହେଶ ପଟ୍ଟନାୟକ, ପିଇଓ ଶିବ ଶମ୍ଭୁ ଗୌଡ଼, ବ୍ଲକ ସଂଯୋଜକ କମଲ ପ୍ରସାଦ ନାୟକ, ଏପିଓ କେଦାର ଚନ୍ଦ୍ର ପଣ୍ଡା, ଏଡିଓ ଗୌତମ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ ଓ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ରହି ଜନଶୁଣାଣୀ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ରିପୋର୍ଟର : ଦ୍ୟୁତି କୃଷ୍ଣ ପଣ୍ଡା

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ