ପେଟ୍ରୋଲ, ଡିଜେଲ କିମ୍ବା ଏଲପିଜିର କୌଣସି ଅଭାବ ନାହିଁ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର:ସୋମବାର ଭୁବନେଶ୍ୱରରେ ହୋଇଥିବା ଏକ ଉଚ୍ଚସ୍ତରୀୟ ବୈଠକ ପରେ ରାଜ୍ୟରେ ରାଜ୍ୟରେ ପେଟ୍ରୋଲ, ଡିଜେଲ କିମ୍ବା ଏଲପିଜିର କୌଣସି ଅଭାବ ନାହିଁ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଏହା ସହ ଲୋକଙ୍କୁ ଗୁଜବର ବିଶ୍ୱାସ ନ କରିବାକୁ ମୁଖ୍ୟ ଶାସନ ସଚିବ ଅନୁରୋଧ କରିଛନ୍ତି। ଓଡ଼ିଶାରେ ଇନ୍ଧନ ସଙ୍କଟକୁ ନେଇ ଚାରିଆଡ଼େ ଚର୍ଚ୍ଚା ଓ ପମ୍ପରେ ଲମ୍ବା ଲାଇନ୍‌ ଦେଖାଯାଉଥିବା ବେଳେ ଲୋକମାନେ ଅଯଥାରେ ଭୟଭୀତ ହୋଇ ପମ୍ପଗୁଡ଼ିକରେ ଭିଡ଼ କରିବାର କୌଣସି ଆବଶ୍ୟକତା ନାହିଁ। ବୈଠକରେ ତେଲ ବିପଣନ କମ୍ପାନୀମାନେ ସରକାରଙ୍କୁ ସ୍ପଷ୍ଟ କରିଥିଲେ ଯେ ରାଜ୍ୟରେ ପେଟ୍ରୋଲ, ଡିଜେଲ, ଏଲପିଜି ଓ ୟୁରିଆର ମହଜୁଦ ରହିଛି ଏବଂ ଯୋଗାଣ ସମ୍ପୂର୍ଣ୍ଣ ସ୍ୱାଭାବିକ ଅଛି। ଅନୁ ଗର୍ଗ ସଚେତନ କରାଇଛନ୍ତି ଯେ ଯେଉଁମାନେ ଅବୈଧ ଭାବରେ ଇନ୍ଧନ ମହଜୁଦ କରିବେ କିମ୍ବା କୃତ୍ରିମ ସଙ୍କଟ ସୃଷ୍ଟି କରିବେ, ସେମାନଙ୍କ ବିରୋଧରେ କଡ଼ା ପଦକ୍ଷେପ ନିଆଯିବ। ଏଥିପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ମଧ୍ୟ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

  • Related Posts

    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading
    ଖୁସିଖବର : ନଭେମ୍ବର ସୁଦ୍ଧା ସରିବ ଅଧ୍ୟାପକ ନିଯୁକ୍ତି  

    ଭୁବନେଶ୍ୱର, ଅକ୍ଟୋବର ୩: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଆରମ୍ଭ କରି ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ କୁଳାଧିପତି ତଥା ଓଡ଼ିଶାର ମାନ୍ୟବର ରାଜ୍ୟପାଳ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ