ପୋଖରୀକୁ ଓଲଟିଲା କାର, ୨ ମୃତ

ନିମାପଡ଼ା: ପୁରୀ ଜିଲ୍ଲା କୋଣାର୍କ ନିମାପଡ଼ା ରାସ୍ତାର ଜୁଣେଇ ଶଙ୍ଖ ନିକଟରେ ଏକ କାର ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଓଲଟି ପଡିଥିଲା । ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଆହତ ହୋଇଛନ୍ତି ।
ବୁଧବାର ବିଳମ୍ବିତ ରାତିରେ କୋଣାର୍କ ନିମାପଡ଼ା ରାସ୍ତାର ଜୁଣେଇ ଶଙ୍ଖ ଠାରେ ଏକ କାର କୋଣାର୍କରୁ ନିମାପଡ଼ା ଅଭିମୁଖେ ଯାଉଥିବା ବେଳେ ଭାରସ୍ୟାମ ହରାଇ ପୋଖରୀ ଭିତରକୁ ଓଲଟି ପଡ଼ିଥିଲା । ମୃତକ ହେଲେ ନିମାପଡ଼ା ଗୁହାଳପଡା ଅଞ୍ଚଳର ଗାଡି ଚାଳକ ସନ୍ଦୀପ ମହାପାତ୍ର ଓ ଅନ୍ୟ ଜଣକ ହେଉଛନ୍ତି ପଶ୍ଚିମବଙ୍ଗ ଦାନ୍ତୁନି ଅଞ୍ଚଳର ସନାତନ ସେନାପତି । ସେହିପରି ଆହତ ଦୁଇ ଜଣ ହେଲେ ମନୀଷ ସେନାପତି ଓ ବାଲିପାଟଣା ଅଞ୍ଚଳର ପୁପୁଲ ପରିଡ଼ା ।ଆଜି ପୁରୀରେ ଲ’ ପରୀକ୍ଷା ଥିଲା । ଏଥିପାଇଁ ଆସିଥିଲେ । ହେଲେ ପରୀକ୍ଷା ପୂର୍ବରୁ କୋଣାର୍କ ବୁଲିବାକୁ ଯାଇଥିଲେ । ଫେରିବା ବାଟରେ ଦୁର୍ଘଟଣାର ଶିକାର ହେଲେ । ସ୍ଥାନୀୟ ଲୋକେ ଚମ୍ପାହାର ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ଅଗ୍ନିଶମ ବିଭାଗ ଆସି ସେମାନଙ୍କୁ ଉଦ୍ଧାର କରି ଗୋପ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ । ସେପଟେ ଦୁଇ ଆହତଙ୍କୁ ଗୋପ ମେଡିକାଲରେ ଚିକିତ୍ସା କରାଯାଉଛି । ଖବର ପାଇ କୋଣାର୍କ ପୋଲିସ ଘଟଣାସ୍ଥଳରେ ପହଞ୍ଚି କାରକୁ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ