ପୋଲିସ-ଅନଲାଇନ ଚାଳକ ମୁହାଁମୁହିଁ ଘଟଣା: ବର୍ତ୍ତମାନ ସୁଦ୍ଧା ୧୧୩ ଗିରଫ

ମାଷ୍ଟର କ୍ୟାଣ୍ଟିନରେ ପୋଲିସ-ଅନଲାଇନ ଅଟୋ ଓ ଟାକ୍ସି ଚାଳକ ମୁହାଁମୁହିଁ ଘଟଣା। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୧୧୩ ଜଣଙ୍କୁ ଗିରଫ କରାଯାଇଛି। ୬୦ ଜଣଙ୍କୁ ଉତ୍ତମ ବ୍ୟବହାର ଲାଗି ଛାଡ଼ି ଦିଆଯାଇଛି। ୩୫୪ଟି ଯାନବାହନ ଜବତ କରାଯାଇଛି। ଖାରବେଳନଗର ଥାନାରେ ୭ଟି ଏଫଆଇଆର୍ ରୁଜୁ ହୋଇଛି।

ସାଧାରଣ ଜନତାଙ୍କ ରିପୋର୍ଟ ଆଧାରରେ ୨ଟି ମାମଲା ରୁଜୁ ହୋଇଛି। ଆମ ବସ୍ କର୍ମଚାରୀଙ୍କ ରିପୋର୍ଟ ଆଧାରରେ ୪ଟି ମାମଲା ରୁଜୁ ହୋଇଛି। ପୋଲିସ କର୍ମଚାରୀଙ୍କ ରିପୋର୍ଟ ଆଧାରରେ ଗୋଟିଏ ମାମଲା ରୁଜୁ ହୋଇଛି। ରାଜଧାନୀରେ ବିଶୃଙ୍ଖଳା ପାଇଁ ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ପରିବହନ ବିଭାଗ।

କେବଳ ପରମିଟ୍ ନୁହେଁ, ଆବଶ୍ୟକ ହେଲେ ସମ୍ପୃକ୍ତ ଗାଡ଼ିଗୁଡ଼ିକର RC ମଧ୍ୟ ରଦ୍ଦ କରାଯିବ। ଆଗାମୀ ଦିନରେ ଗାଡ଼ିଗୁଡ଼ିକ ଯେପରି କୌଣସି ସ୍ଥାନରେ ଚଳାଚଳ କରିନପାରିବେ, ସେନେଇ ମଧ୍ୟ ବ୍ୟବସ୍ଥା କରାଯିବ। ଘଟଣାରେ ସାମିଲ ଥିବା ଡ୍ରାଇଭରମାନଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ କରିବା ନେଇ ମଧ୍ୟ ପରିବହନ ବିଭାଗ ବିଚାର କରୁଛି। ଆବଶ୍ୟକ ଅନୁମତି ମିଳିଲେ ସମ୍ପୃକ୍ତ ଡ୍ରାଇଭରମାନଙ୍କ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ ବୋଲି ଅତିରିକ୍ତ ପରିବହନ କମିଶନର କହିଛନ୍ତି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ