ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍

ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ପ୍ରକଳ୍ପ ନିର୍ଦ୍ଦେଶକ। ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି । ସୁନ୍ଦରଗଡ଼ ସହର ସ୍ଥିତ ସରକାରୀ ବାସଭବନ ସମେତ ୮ ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ସୁନ୍ଦରଗଡ଼ ଭିଜିଲାନ୍ସ ଟିମ୍‌। ବାସଭବନରେ ଛାନ୍‌ଭିନ୍‌ ବେଳେ ବହୁ ଗୁରୁତ୍ବପୂର୍ଣ୍ଣ କାଗପତ୍ର ଜବତ କରାଯାଇଛି। ବର୍ତ୍ତମାନ ଦସ୍ତାବିଜ ଯାଞ୍ଚ ଚାଲିଛି। ରେଡ୍ ଶେଷ ହେବା ପରେ ସମ୍ପତ୍ତିର ସଠିକ୍ ତଥ୍ୟ ମିଳିପାରିବ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଶୁକ୍ରବାର ସକାଳୁ ସକାଳୁ ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆସିବା ପ​ରେ ସୁନ୍ଦରଗଡ଼ ସ୍ବତନ୍ତ୍ର ବିଚାରପତିଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ଉ କରାଯାଉଛି। ଏହି ଚଢ଼ଉ ପ୍ରକ୍ରିୟା ଜଣେ ଅତିରିକ୍ତ ଏସ୍.ପି. ୪ ଜଣ ଡି.ଏସ୍.ପି. ୧୩ ଜଣ ଇନ୍ସପେକ୍ଟର, ୫ ଜଣ ଏ.ଏସ୍.ଆଇ. ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଭୁବନେଶ୍ୱର, ସୁନ୍ଦରଗଡ଼ ଓ କଟକ ସ୍ଥିତ ତାଙ୍କର ୮ଟି ସ୍ଥାନରେ ଅନୁଷ୍ଠିତ ହେଉଛି।

  • Related Posts

    ମହିଳାଙ୍କୁ ଦଳିଦେଲା ଦନ୍ତା

    କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ…

    Continue reading
    ୧୩ରେ ବଙ୍ଗୋପସାଗରରେ ଲଘୁଚାପ

    ଭୁବନେଶ୍ୱର: ଆସନ୍ତା ୧୧ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୧୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ହୋଇପାରେ । ଏହା ଉତ୍ତର, ପଶ୍ଚିମ ଦିଗରେ ମୁହାଁଇ ଉତ୍ତର ତାମିଲନାଡୁ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ