ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବା ସହ ଜନଗଣନା ପରେ ପୌର ଓ ପଞ୍ଚାୟତ ନିର୍ବାଚନ ହେବ ବୋଲି କୁହାଯାଇଥିଲା। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ଏବଂ ପୁରୀ ମେୟର ପଦ ଲାଗି ନଗର ଉନ୍ନୟନ ବିଭାଗ ପକ୍ଷରୁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ଏହି କ୍ରମରେ ସମ୍ବଲପୁର ଏବଂ ପୁରୀ ମହାନଗର ନିଗମ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ବଲପୁର ମହାନଗର ନିଗମ ଏବଂ ପୁରୀ ମହାନଗର ନିଗମ ପାଇଁ ସ୍ବତନ୍ତ୍ର ବିଜ୍ଞପ୍ତି ଜାରି କରାଯାଇଛି। ସମ୍ବଲପୁର ମହାନଗର ନିଗମ ମେୟର ପଦ ପାଇଁ ଅନ୍‌ରିଜର୍ଭଡ୍‌ (ସାଧାରଣ ବର୍ଗ) ପ୍ରାର୍ଥୀଙ୍କ ପାଇଁ ସଂରକ୍ଷଣ କରାଯାଇଛି। ସେହିପରି ପୁରୀ ମହାନଗର ନିଗମ ସକାଶେ ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନୁସୂଚିତ ଜାତି(ମହିଳା) ବର୍ଗଙ୍କ ପାଇଁ ମେୟର ପଦବୀର ସଂରକ୍ଷଣ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏ ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଯଦି ସରକାରଙ୍କ ଏହି ସଂରକ୍ଷଣ ପ୍ରସ୍ତାବ ନେଇ କାହାର ଆପତ୍ତି, ଅଭିଯୋଗ ବା ପ୍ରସ୍ତାବ ଥାଏ, ତାହାଲେ ପୌର ପ୍ରଶାସନ ନିର୍ଦ୍ଦେଶକଙ୍କ ନିକଟରେ ବିଜ୍ଞପ୍ତି ପ୍ରକାଶନର ୧୫ ଦିନ ମଧ୍ୟରେ ଜଣାଇବାକୁ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

  • Related Posts

    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading
    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ