ପ୍ରତାପଙ୍କୁ ଘରୋଇ ହସ୍ପିଟାଲ ସ୍ଥାନାନ୍ତର

ଭୁବନେଶ୍ୱର: ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ନୋଏଡ଼ାର ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି । ଦିଲ୍ଲରା ଆରଏମଏଲ ହସ୍ପିଟାଲରେ ସେ ପୂର୍ବରୁ ଚିକିତ୍ସିତ ହେଉଥିଲେ । ତେବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି ।

ପ୍ରକାଶ ଯେ ଗୁରୁବାର ସଂସଦ ପରିସରେ ଆମ୍ବେଦର ପ୍ରସଙ୍ଗକୁ ନେଇ ରାହୁଲ ଗାନ୍ଧିଙ୍କ ସମେତ ବିରୋଧୀ ଦଳର ସାଂସଦମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏହି ସମୟରେ ସେମାନେ ବିରୋଧୀ ସଂସଦ ଭିତରକୁ ପ୍ରବେଶ କରିବାକୁ ଯାଉଥିଲେ। ଏତିକି ବେଳେ ପ୍ରବେଶ ପଥର ପାହାଚରେ ବିଜେପି ସାଂସଦମାନେ ବିକ୍ଷୋଭ କରୁଥିଲେ। ଦୁଇ ପକ୍ଷ ସାଂସଦ ଗୋଟିଏ ସ୍ଥାନରେ ପହଞ୍ଚିବାରୁ ମୁହାଁମୁହିଁ ସ୍ଥିତି ହୋଇଥିଲା। ରାହୁଲ ଗାନ୍ଧି କୁଆଡ଼େ ୬୯ ବର୍ଷୀୟ ବିଜେପି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଧକ୍କା ଦେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବ୍ୟତୀତ ବିଜେପିର ଅନ୍ୟ ଜଣେ ସାଂସଦ ମୁକେଶ ରାଜପୁତ ମଧ୍ୟ ଗୁରୁତର ଭାବେ ଆହତ ହୋଇଥିଲେ। ବିଜେପି ସାଂସଦଙ୍କ ଅଭିଯୋଗକ୍ରମେ ଦିଲ୍ଲୀ ପୁଲିସ୍‌ ରାହୁଲ ଗାନ୍ଧିଙ୍କ ନାଁରେ ମାମଲା କରିଥିଲା। ଏହାର ତଦନ୍ତ ଦାୟିତ୍ୱ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ