ଭୁବନେଶ୍ୱର/ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ। ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ଉପସ୍ଥିତ ଅଛନ୍ତି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଉପସ୍ଥିତ ଅଛନ୍ତି। ଏହି ବୈଠକରେ ଯୋଗ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ବୈଠକ ହେଉଥିବା ନେଇ ସୂଚନା ରହିଛି। ଅନ୍ୟପଟେ ଆଜି ସକାଳୁ ଦୁଇଦିନିଆ ଗସ୍ତରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ରହିଛି । ଏଥିପାଇଁ ଦିଲ୍ଲୀରେ ସକ୍ରିୟ ଓଡ଼ିଶା ରାଜନୀତି। ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସମସ୍ତେ ଦିଲ୍ଲୀ ମୁହାଁ। ଫଳରେ ରାଜ୍ୟ ରାଜନୀତିକୁ ନେଇ ଦିଲ୍ଲୀରେ କିଛି ବଡ଼ ଧରଣର ଯୋଜନା ଚାଲିଥିବା ଚର୍ଚ୍ଚା ଜୋର ଧରିଛି । ଏଥିପାଇଁ ଦିଲ୍ଲୀରେ ସାଂସଦ ମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା ରହିଛି । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଦେବ, ତା ଉପରେ ସମସ୍ତଙ୍କ ନଜର ରହିଛି।
ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…




