ଭୁବନେଶ୍ୱର,16।09: ରାଜ୍ୟ ସରକାର ପ୍ରତି ଜିଲ୍ଲା, ପୌରସଂସ୍ଥାରେ ପ୍ରଧାନମନ୍ତ୍ରୀ ଆବାସ ମେଳା ଓ ଆବାସ ଦିବସ ପାଳନ କରିବେ ଏନେଇ ସବୁ ଜିଲ୍ଲପାଳଙ୍କୁ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ଜିଲ୍ଲା, ପୌରସଂସ୍ଥାରେ ଆୟୋଜନ ହେବ ପ୍ରଧାନମନ୍ତ୍ରୀ ଆବାସ ମେଳା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ୧୭ ତାରିଖରେ। ଆଉ ଏହି ଦିନଠାରୁ ୨ଟି ପର୍ଯ୍ୟାୟରେ ଚାଲିବ ଆବାସ ଦିବସ। ସେପ୍ଟେମ୍ବର ୧୭ରୁ ଦୁଇଟି ପର୍ଯ୍ୟାୟରେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୧୬ ଯାଏଁ ୱାର୍ଡ ସ୍ତରୀୟ ଶିବିର ଆୟୋଜନ ହେବ। ସେହିପରି ଅକ୍ଟୋବର ୧୬ରୁ ୩୧ ଯାଏଁ ପ୍ରତ୍ୟେକ ଜିଲ୍ଲାରେ ହେବ PM ଆବାସ ମେଳା। ଅନ୍ୟପଟେ ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ମନ୍ତ୍ରୀ କହିଛନ୍ତି, ‘ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ। ପୂର୍ବରୁ ୧ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଯୋଜନାରେ ସାମିଲ୍ କରାଯାଇଛି। ନଭେମ୍ବରରେ ଦିଆଯିବ ପିଏମ୍ ଆବାସର କାର୍ଯ୍ୟାଦେଶ।’ ସେହିପରି ନୂଆ ପିଏମ୍ ଆବାସ ସର୍ଭେରେ ଆବେଦନ କରିଥିଲେ ୩୫ ଲକ୍ଷ ହିତାଧିକାରୀ। ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ ଏବଂ କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…


