ପ୍ରଥମ ଥର ଲୋକସଭା ଯିବେ ପ୍ରିୟଙ୍କା

ଭୁବନେଶ୍ୱର : ପ୍ରିୟଙ୍କା ଗାନ୍ଧୀ ପ୍ରଥମ ଥର ପାଇଁ ଲୋକସଭାକୁ ଯିବା ନିଶ୍ଚିତ ହୋଇଯାଇଛି । ରାହୁଲ ଗାନ୍ଧୀ ୱାୟନାଡ ଆସନ ଛାଡ଼ିବା ପରେ ପ୍ରିୟଙ୍କା ସେଠାରୁ କଂଗ୍ରେସ ଟିକେଟରେ ନିର୍ବାଚନ ଲଢ଼ିଥିଲେ । କେରଳରେ ବିଜେପିର ସେଭଳି ଶକ୍ତି ନଥିବାରୁ ପ୍ରିୟଙ୍କାଙ୍କ ସହ ସିପିଆଇ ନେତା ସଥ୍ୟାନ ମୋକେରିଙ୍କ ମଧ୍ୟରେ ମୁକାବିଲା ହୋଇଥିଲା । ଏବେବି ଗଣତି ଜାରି ରହିଥିଲେ ମଧ୍ୟ ପ୍ରିୟଙ୍କା ବାଜିମାତ୍‌ କରିସାରିଛନ୍ତି । ଏଯାବତ୍‌ ସେ ୬ ଲକ୍ଷ ୨୨ ହଜାରରୁ ଅଧିକ ଭୋଟ ପାଇବା ସହ ୪ ଲକ୍ଷରୁ ଉଦ୍ଧ୍ୱର୍ ଭୋଟରେ ଆଗୁଆ ରହିଛନ୍ତି । ଅପରପକ୍ଷରେ ସିପିଆଇ ନେତା ସଥ୍ୟାନ ମୋକେରି ମାତ୍ର ୨ ଲକ୍ଷ ଭୋଟ୍‌ ପାଇଛନ୍ତି । ଯେତେବେଳେକି ବିଜେପିର ନାଭ୍ୟା ହରିଦାସଙ୍କୁ ୧ ଲକ୍ଷ ଭୋଟ ମିଳିଛି । ୪ ଲକ୍ଷରୁ ଅଧିକ ଭୋଟରେ ଆଗୁଆ ଥିବାରୁ ପ୍ରିୟଙ୍କା ବିଜୟ ସୁନିଶ୍ଚିତ ହୋଇସାରିଛି । ଏବେ କେବଳ ତାଙ୍କର ବିଜୟ ବ୍ୟବଧାନ କେତେ ରହିବ ତାହା ଦେଖିବାକୁ ବାକି ରହିଲା ।

Related Posts

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

Continue reading
‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ