
ଭୁବନେଶ୍ୱର: ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାକ୍ଷାତ ସମୟର ଫଟୋ ବଢାଇଲା ଚର୍ଚ୍ଚା । ଫଟୋରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ଥିବା ଫାଇଲକୁ ନେଇ ଏହି ଚର୍ଚ୍ଚା ବଢିଛି । କାରଣ ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଆକଳନ ଭିତରେ ଏହି ଫାଇଲ ଚର୍ଚ୍ଚାକୁ ଅଧିକ ଖୋରାକ ଯୋଗାଇଛି । ଆଗାମୀ ଦିନରେ ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଥିଲେ । ତେଣୁ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ କେନ୍ଦ୍ର ବା ମୋଦୀ ସବୁଜ ସଙ୍କେତ ଦେଇଥିବା ଚର୍ଚ୍ଚା ହେଉଛି ।