ପ୍ରବଳରୁ ଅତି ପ୍ରବଳ ବର୍ଷିବ, ଆଲର୍ଟରେ ଏହି ଜିଲ୍ଲା

ଭୁବନେଶ୍ବର: ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହା ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଆସନ୍ତା ୨୪ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ବାବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୩ ତାରିଖରୁ ବର୍ଷା ଆହୁରି ବଢ଼ିବ । ୨୬ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଲଘୁଚାପ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ।ଆଜି ମାଲାକାନିଗିର, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ରହିବ । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଚେତାବନୀ ଜାରି କରିଛି । ସେପଟେ ହାଲୁକା ବର୍ଷା ସହ ବଜ୍ରପାତ ପାଇଁ ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୱାର୍ଣ୍ଣିଂ ହହୋଇଥିବା ସବୁ ଜିଲ୍ଲାରେ ପବନର ବେଗ ୩୦-୪୦ କିମି ରହିବ ।ସେପଟେ ଆସନ୍ତାକାଲି ୨୧ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ରହିବ । ଏଥିପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ପାଇଁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଚେତାବାନୀ ଜାରି କରିଛି ପାଣିପାଗ ବିଭାଗ ।୨୨ ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ମୟୂରଭଞ୍ଜ, ମାଲାକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ହାଲୁକା ବର୍ଷା ସହ ବଜ୍ରପାତ ରହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୩ ତାରିଖରୁ ବର୍ଷାର ପରିମାଣ ବଢ଼ିବ । ଓଡ଼ିଶାର ସବୁ ଜିଲ୍ଲାରେ ବର୍ଷା ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ଅନ୍ୟ ସବୁ ଜିଲ୍ଲାରେ ବର୍ଷା ସହ ପ୍ରବଳ ବଜ୍ରପାତ ହେବା ନେଇ ପାଣିପାଗ ସତର୍କ ସୂଚନା ଜାରି କରିଛି ।

  • Garvita Odia

    Related Posts

    ସ୍ପେଶାଲ OTET-2025 ପରୀକ୍ଷା ବାତିଲ

    କଟକ: ସ୍ପେସାଲ୍ ଓଟିଇଟି 2025 ବାତିଲ । ମଧ୍ୟ ରାତ୍ରରେ ଏହି ପରୀକ୍ଷା ବାତିଲ ନେଇ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଆଜି ଏହି ପରୀକ୍ଷା ଥିବା ବେଳେ ଏହାକୁ ବୋର୍ଡ ବାତିଲ କରିଛି । ମାଧ୍ୟମିକ ଶିକ୍ଷା…

    ଦୁଇ କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ

    କୋରାପୁଟ: କୋରାପୁଟରେ ଭୟଙ୍କର ସଡକ ଦୁର୍ଘଟଣା। ଘଟଣାସ୍ଥଳରେ ଜଣେ ମୃତ, ମେଡିକାଲରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କୋରାପୁଟ ଜିଲ୍ଲା ସୁନାବେଡା ଏନଏଚ୍ ୨୬ ନଂ ଜାତୀୟ ରାଜପଥରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ସୁନାବେଡା ହାଲ୍…

    Leave a Reply

    Your email address will not be published. Required fields are marked *

    You Missed

    ସ୍ପେଶାଲ OTET-2025 ପରୀକ୍ଷା ବାତିଲ

    ସ୍ପେଶାଲ OTET-2025 ପରୀକ୍ଷା ବାତିଲ

    ବଜ୍ରକାପ୍ତା ଜବତ: ଦୁଇ ଗିରଫ

    ବଜ୍ରକାପ୍ତା ଜବତ: ଦୁଇ ଗିରଫ

    ଦୁଇ କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ

    ଦୁଇ କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ

    ୧୨.୩୦ ସୁଦ୍ଧା ପୀଡ଼ିତାଙ୍କୁ ଏୟାର ଲିଫ୍ଟ

    ୧୨.୩୦ ସୁଦ୍ଧା ପୀଡ଼ିତାଙ୍କୁ ଏୟାର ଲିଫ୍ଟ

    ଯୁକ୍ତ ତିନିରେ ୯୦ ହଜାର ଆସନ ଖାଲି

    ଯୁକ୍ତ ତିନିରେ ୯୦ ହଜାର ଆସନ ଖାଲି

    ପ୍ରବଳରୁ ଅତି ପ୍ରବଳ ବର୍ଷିବ, ଆଲର୍ଟରେ ଏହି ଜିଲ୍ଲା

    ପ୍ରବଳରୁ ଅତି ପ୍ରବଳ ବର୍ଷିବ, ଆଲର୍ଟରେ ଏହି ଜିଲ୍ଲା