ପ୍ରବଳରୁ ଅତି ପ୍ରବଳ ବର୍ଷିବ, ଆଲର୍ଟରେ ଏହି ଜିଲ୍ଲା

ଭୁବନେଶ୍ବର: ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହା ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଆସନ୍ତା ୨୪ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ବାବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୩ ତାରିଖରୁ ବର୍ଷା ଆହୁରି ବଢ଼ିବ । ୨୬ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଲଘୁଚାପ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ।ଆଜି ମାଲାକାନିଗିର, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ରହିବ । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଚେତାବନୀ ଜାରି କରିଛି । ସେପଟେ ହାଲୁକା ବର୍ଷା ସହ ବଜ୍ରପାତ ପାଇଁ ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୱାର୍ଣ୍ଣିଂ ହହୋଇଥିବା ସବୁ ଜିଲ୍ଲାରେ ପବନର ବେଗ ୩୦-୪୦ କିମି ରହିବ ।ସେପଟେ ଆସନ୍ତାକାଲି ୨୧ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ରହିବ । ଏଥିପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ପାଇଁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଚେତାବାନୀ ଜାରି କରିଛି ପାଣିପାଗ ବିଭାଗ ।୨୨ ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ମୟୂରଭଞ୍ଜ, ମାଲାକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ହାଲୁକା ବର୍ଷା ସହ ବଜ୍ରପାତ ରହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୩ ତାରିଖରୁ ବର୍ଷାର ପରିମାଣ ବଢ଼ିବ । ଓଡ଼ିଶାର ସବୁ ଜିଲ୍ଲାରେ ବର୍ଷା ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ଅନ୍ୟ ସବୁ ଜିଲ୍ଲାରେ ବର୍ଷା ସହ ପ୍ରବଳ ବଜ୍ରପାତ ହେବା ନେଇ ପାଣିପାଗ ସତର୍କ ସୂଚନା ଜାରି କରିଛି ।

  • Related Posts

    କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

    Continue reading
    ଜଗାକୁ ଦରକାର ଦ୍ବିତୀୟ ଅପରେସନ୍

    ଭୁବନେଶ୍ୱର: ଜଗାକୁ ଦରକାର ଦ୍ବିତୀୟ ଅପରେସନ୍। ବହୁଚର୍ଚ୍ଚିତ କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁ ଜଗା ସୁସ୍ଥ ହେଉଛି। କିନ୍ତୁ ତାକୁ ଦରକାର ଦ୍ବିତୀୟ ଅପରେସନ୍। ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ଏମ୍ସ ନିର୍ଦ୍ଦେଶକ ତଥା ବରିଷ୍ଠ ସର୍ଜନ ଡାକ୍ତର ଅଶୋକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ