
ଭୁବନେଶ୍ୱର: ବଙ୍ଗୋପସାଗରରେ ଭୀଷଣ ବାତ୍ୟାରେ ପରିଣତ ହେଲା ‘ମୁରାସୁ’। ଆଜି ରାତି ସୁଦ୍ଧା ଦକ୍ଷିଣ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ଏହା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଖୋର୍ଦ୍ଧା, କଟକ, ନୟାଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଗଞ୍ଜାମ, କୋରାପୁଟ, ରାୟଗଡା, ଗଜପତି ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଟ୍ବିନ ସିଟି କଟକ ଓ ଭୁବନେଶ୍ବର ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡଘଡି ସମ୍ଭାବନା ରହିଛି । ଆସନ୍ତା ୩ ଓ ୪ ତାରିଖ ଦକ୍ଷିଣ ଓଡ଼ିଶା ପାଇଁ ଗୁରୁତ୍ବପୁର୍ଣ। କାଲି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଵର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଗଞ୍ଜାମ , ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପବନ ସହ ବିଜୁଳି ଘଡଘଡି ଓ ପ୍ରବଳ ବର୍ଷା ସମ୍ଭାବନା । ନଭେମ୍ବର ୫ ତାରିଖରୁ ବର୍ଷାର ପରିମାଣ ଧୀରେ ଧୀରେ କମିବା ଆଶା କରାଯାଉଛି। ଗଜପତି ଜିଲ୍ଲାରେ ଆଜି ସକାଳୁ ଝିପିଝିପ ବର୍ଷା ଲାଗି ରହିଛି ।



