ପ୍ରବଳ ବର୍ଷା : ୪ ଜିଲ୍ଲାକୁ ରେଡ,୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ପ୍ରଭାବରେ ଗତକାଲିଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ ସାମନ ସ୍ଥିତି ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ପ୍ରବଳ, ୪ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ୫ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। କେନ୍ଦୁଝରର ହାଟଡିହିରେ ସର୍ବାଧିକ ୨୨୫.୧ ମିମି ବର୍ଷା ରେକର୍ଡ ହୋଇଛି। ଆଜି ଲଘୁଚାପ ଅଧିକ ଘନୀଭୂତ ହେବା ସହ ଏହା ସଦୃଶ ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଓ ଓଡ଼ିଶା ମଧ୍ୟ ଦେଇ ଆଗକୁ ଯିବ। ଫଳରେ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଆଜି ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସେଥିପାଇଁ ଏହି ୪ ଜିଲ୍ଲା ପାଇଁ ରେଡ ଆଲର୍ଟ ଜାରି ହୋଇଛି । ଏଥିସହ ପୁରୀ, କଟକ, ଖୋର୍ଦ୍ଧା, ଅନୁଗୁଳ,କେନ୍ଦୁଝର,ଢେଙ୍କାନାଳ,ନବରଙ୍ଗପୁର ଓ କୋରାପୁଟକୁ ମଧ୍ୟ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେପଟେ ରାଜ୍ୟର ଆଉ ସବୁ ଜିଲ୍ଲରେ ମଧ୍ୟ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ରାଜ୍ୟରେ ୬ ତାରିଖ ଯାଏ ଏହିଭଳି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଅନ୍ୟପଟେ, ମୌସୁମୀଜନିତ ନିମ୍ନ ଚାପରେଖା ବିକାନେର୍‌, ଯାଜପୁର, ସିଧି, ଝାରସୁଗୁଡ଼ା, ପୁରୀ ହୋଇ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଯାଏ ଲମ୍ବିଛି। ଏହାର ପ୍ରଭାବରେ ମଧ୍ୟ ରାଜ୍ୟରେ ଭଲ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁସାରେ ଚଳିତ ବର୍ଷ ମେ ୨୮ରେ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ହୋଇଥିଲା। ସେବେଠାରୁ ଆଜି ସୁଦ୍ଧା ବଙ୍ଗୋପସାଗରରେ ୧୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କେବଳ ଗତ ୨୦ ଦିନରେ ସୃଷ୍ଟି ହୋଇଛି ୩ଟି ଲୋ ପ୍ରେସର ବା ଲଘୁଚାପ। ମୌସୁମୀ ଋତୁରେ ପୂର୍ବାନୁମାନ ଅପେକ୍ଷା ୭ ପ୍ରତିଶତ ଅଧିକ ବର୍ଷିଛି।

  • Related Posts

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଭୁବନେଶ୍ବର,04/09: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା…

    Continue reading
    ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି

    ନାରାୟଣପାଟଣା,04/09 : ଗାଁକୁ ଡିଜିଟାଲ ସେବା ଅପହଞ୍ଚ ହୋଇଛି । ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି । ଆଉ କେଉଁଠି ମୋଟରସାଇକଲରେ ଲାପଟପ୍ ଧରି ଜଙ୍ଗଲ ରାସ୍ତାରେ ନେଟୱର୍କ ଖୋଜା ଚାଲିଛି । ସୀମାନ୍ତ ଆନ୍ଧ୍ର ନେଟୱର୍କରେ ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର