ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ସ୍ବାଗତ କରିଥିଲେ।

ଏହି ଦିବସକୁ ଉଦ୍‌ଘାଟନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆପଣମାନଙ୍କୁ ଜଗନ୍ନାଥ ଏବଂ ଲିଙ୍ଗରାଜ ଭୂମିରେ ସ୍ବାଗତ। ଆପଣମାନଙ୍କ ପାଇଁ ମୁଁ ଆଜି ବିଦେଶରେ ଗର୍ବିତ। ପ୍ରବାସୀଙ୍କ ସମସ୍ୟା ଦୂର କରିବା ଆମର ଦାୟିତ୍ୱ। ପ୍ରବାସୀଙ୍କ ସମୃଦ୍ଧି ଓ ସୁରକ୍ଷା ଉପରେ ଆମେ ଗୁରୁତ୍ୱ ଦେଉଛୁ। ପୂର୍ବରୁ ପ୍ରବାସୀମାନେ ସାହାଯ୍ୟ କରୁଥିଲେ। ଏବେ ସମୟ ବଦଳିଛି। ଆମେ ପ୍ରବାସୀଙ୍କୁ ଗୁରୁତ୍ୱ ଦେଉଛୁ।

କିଛି ଦିନ ପରେ ମହାକୁମ୍ଭ ଆରମ୍ଭ ହେବାକୁ ଯାଉଛି। ପୋଙ୍ଗଲ, ବିହୁ ମଧ୍ୟ ପାଳନ ହେବ; ସବୁଠି ଉତ୍ସବର ବାତାବରଣ। ଓଡ଼ିଶା ସମୃଦ୍ଧ ଐତିହ୍ୟର ପ୍ରତିବିମ୍ବ -ଖଣ୍ଡଗିରି, ଉଦୟଗିରି, କୋଣାର୍କ ଦେଖିଲେ ଗର୍ବ ଅନୁଭବ ହୁଏ। ସମୁଦ୍ର ଯାତ୍ରା କରି ଓଡ଼ିଶାର ବଣିକମାନେ ବିଦେଶ ଯାଉଥିଲେ। ଏହାକୁ ସ୍ମରଣ ପାଇଁ ବାଲିଯାତ୍ରା ଆୟୋଜନ ହୁଏ। ଧଉଳି ଶାନ୍ତିର ପ୍ରତୀକ। ମୁଁ ଆପଣମାନଙ୍କୁ ଥ୍ୟାଙ୍କ ୟୁ କହିବାକୁ ଚାହୁଁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

  • Related Posts

    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading
    ‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମ ମାମଲାର ଆଜି ଶୁଣାଣି

    ଆଜି ହାଇକୋର୍ଟରେ ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ମାମଲାର ଶୁଣାଣି ହେବ। ଏହା ପୂର୍ବରୁ ଗତକାଲି ରାଜ୍ୟ ଅତିଥି ଭବନରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଏଜି ପୀତାମ୍ବର ଆଚାର୍ଯ୍ୟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ