ପ୍ରମାଣିତ ହେଲା ଭଣ୍ଡ ସନ୍ୟାସୀଙ୍କ ‘ଚକ୍ରାନ୍ତ’ :ଶ୍ରୀମୟୀ

ଭୁବନେଶ୍ୱର: ପୁଣି ପରୋକ୍ଷରେ ବିଜେଡି ଓ ଭି.କେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ଶ୍ରୀମୟୀ ମିଶ୍ର । ପୁଣି ସୋସିଆଲ ମିଡିଆରେ ଦେଇଛନ୍ତି ଟିପ୍ପଣୀ । ସେ ଲେଖିଛନ୍ତି ଯେ ପ୍ରମାଣିତ ହେଲା ଭଣ୍ଡ ସନ୍ୟାସୀଙ୍କ ‘ଚକ୍ରାନ୍ତ’।ନୂଆପଡ଼ା ଉପନିର୍ବାଚନକୁ ନେଇ ପୂର୍ବରୁ ଯାହା ଆଶଙ୍କା ଥିଲା, ତାହା ଏବେ ଓଡ଼ିଶାବାସୀଙ୍କ ଆଗରେ ସତ ପ୍ରମାଣିତ ହେଲା । ଷଡ଼ଯନ୍ତ୍ର, ଚକ୍ରାନ୍ତ ସବୁ ଜଳଜଳ ଦିଶିଲାଣି । ଅନାମବାବୁଙ୍କ ମାନମହତକୁ ପୁଣିଥରେ ତଳେ ପକାଇଲେ ଘରଜ୍ୱାଇଁ ।

ଯାହାଙ୍କୁ ନିଜ ମାଟିର ଲୋକେ ୩୦ହଜାର ଭୋଟ ବ୍ୟବଧାନରେ ପ୍ରତ୍ୟାଖ୍ୟାନ କରିଥିଲେ, ତାଙ୍କୁ ନୂଆପଡ଼ାରେ ପ୍ରାର୍ଥୀ ଭାବେ ଲଦି ଦେବା କାର୍ୟ୍ୟ କ’ଣ ସତରେ ଆମ ପ୍ରିୟ ନେତା ନବୀନବାବୁ କରିଥିଲେ? ଥରୁଟିଏ ତ ନିଜ ଅନ୍ତରାତ୍ମାକୁ ପଚାରି ପାରିଥାନ୍ତ ଯେ- ନୂଆପଡ଼ା ଅଂଚଳରେ କ’ଣ କେହି ଯୋଗ୍ୟ ନଥିଲେ? ନା ଭଣ୍ଡ ସନ୍ୟାସୀଙ୍କ ଚକ୍ରାନ୍ତକୁ କାର୍ୟ୍ୟକାରୀ କରିବାକୁ ତାଙ୍କ ଚାଟୁକାର ଗୋଷ୍ଠୀର ନେତାମାନେ ଫୁଲ୍ ଦମରେ ଲାଗି ପଡ଼ିଲେ । ଏତେ ବିପର୍ୟ୍ୟୟ ପରେ ବି ସେହି ତାମିଲ ବ୍ୟକ୍ତିର ‘ଘର ଭଙ୍ଗା’ ‘ବଂଶ ନିପାତ’ ଚାଲକୁ କ’ଣ ବୁଝିବାରେ ଆମ ରାଜ୍ୟର ନେତାମାନେ ଏତେ ଅକ୍ଷମ?
ଆମ ସମସ୍ତଙ୍କ ପ୍ରିୟ ନବୀନବାବୁ ଷଷ୍ଠ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ ଓ ଦେଶର ସବୁଠୁ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ହେବାର ଇତିହାସ ରଚିଥାନ୍ତେ, ତାଙ୍କୁ ଟିମ୍ ଭାଇରସ୍ (ଭଣ୍ଡ ସନ୍ୟାସୀଙ୍କ ଚାଟୁକାର ଗୋଷ୍ଠୀ) ଆଜି ଇତିହାସ ବନେଇ ଦେଲେ । ତାଙ୍କର ବାର୍ଦ୍ଧକ୍ୟଜନିତ ଶାରୀରିକ ସମସ୍ୟା ଜାଣି ମଧ୍ୟ ସୁଚିନ୍ତିତ ଢଙ୍ଗରେ ନୂଆପଡ଼ା ନିର୍ବାଚନ ପ୍ରଚାରକୁ ନେଇ ତାଙ୍କୁ ସର୍ବସାଧାରଣରେ ‘ସମବେଦନାର ପାତ୍ର’ କରାଇବାକୁ ବି ପଛାଇଲେ ନାହିଁ । ଇତିହାସ ନିଶ୍ଚୟ, ଆପଣମାନଙ୍କୁ ଶ୍ରେଷ୍ଠ ଚାଟୁକାର ଓ ବିଜେଡି ବିପର୍ୟ୍ୟୟର ‘ସିଖି ମାନେଇ’ ଭାବେ ମନେରଖିବ । ଆଉ କେତେଦିନ ଏମିତି ମାନମହତକୁ ନିଲାମ କରିବେ ନିଜର ଟିକେଟ ଖଣ୍ଡେ ସୁରକ୍ଷିତ ରଖିବା ପାଇଁ? ଧନ୍ୟରେ ତାମିଲ୍ ଭକ୍ତଗଣ, କେବେ ତ ବିବେକୀ ହୁଅ।

ଏହା ପୂର୍ବରୁ ଆଜି ଶ୍ରୀମୟୀ ସାମାଜିକ ଗଣମାଧ୍ୟମରେ ବିଜେଡି ନାଁ ନନେଇ ଉଲ୍ଲେଖ କରିଥିଲେ ଯେ, ନୂଆପଡ଼ା ଉପନିର୍ବାଚନରେ ପୁରୁଷଙ୍କ ତୁଳନାରେ ମହିଳା ଭୋଟର ଅଧିକ ମତଦାନ କରିଛନ୍ତି। ଯାହା ନିର୍ବାଚନ ଫଳାଫଳର ଟ୍ରେଣ୍ଡ କହୁଛି, ଶୋଚନୀୟ ପରାଜୟ ନିଶ୍ଚିତ। ମହିଳାଙ୍କୁ ଅପମାନିତ କରି ମହାପ୍ରତାପୀ ରାବଣର ସୁବର୍ଣ୍ଣ ଲଙ୍କା ଶ୍ରୀହୀନ ହେଲା। କୁରୁବଂଶ ଧ୍ବଂସ ହେଲା। ଏବେ ସେହି ମାର୍ଗରେ ଓଡ଼ିଶାର ଏକ ନମ୍ବର ବୋଲାଉଥିବା ରାଜନୀତିକ ଦଳ। ମହିଳାମାନେ ଉଚିତ୍ ଶିକ୍ଷା ଦେଲେ।

ଶୁକ୍ରବାର ସାମାଜିକ ଗଣମାଧ୍ୟମରେ ବିଜେଡି ନାଁ ନନେଇ ଶ୍ରୀମୟୀ ଉଲ୍ଲେଖ କରିଥିଲେ ଯେ, ଗୋଟେ ନୂଆ ଟ୍ରେଣ୍ଡ ଚାଲିଛି । ନିର୍ବାଚନ ମୁକ୍ତ ଆଉ ସ୍ବଚ୍ଛ ନଥିଲା। ଗତ ଦୁଇଦିନ ହେଲା ଏହି ସ୍କ୍ରିପ୍ଟକୁ ସମସ୍ତେ ପଢୁଛନ୍ତି। କେଉଁଠୁ ଆସିଛି ଏ ସ୍କ୍ରିପ୍ଟ ? କିଏ ପ୍ରଥମେ ଲେଖିଥିଲା ଏ ଲାଇନ, କିଏ ସେଇ ଅସଲ ମାଷ୍ଟରମାଇଣ୍ଡ? ଆଉ ଏହାକୁ ପୋଷା ଶୁଆ ଭଳି ଗାଉଥିବା ନେତାମାନେ ନିଜର ଅସ୍ତିତ୍ବ ଭୁଲିଗଲେଣି। ବାକି ସବୁ କପି-ପେଷ୍ଟ ଗ୍ୟାଙ୍ଗ ଗୋଟେ ଗୋଟେ କରି କହି ଚାଲିଛନ୍ତି। ପବ୍ଲିକ ସବ୍ ଜାନତା ହୈ।

ପ୍ରକାଶ ଯେ ଆଜି ନୂଆପଡ଼ା ଉପନିର୍ବାଚନ ନେଇ ଭୋଟ ଗଣତି ଚାଲିଛି । ତେବେ ବର୍ତ୍ତମାନର ଟ୍ରେଣ୍ଡ ଅନୁସାରେ ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆ ବଡ଼ ବିଜୟ ମୁଖେ ଅଗ୍ରସର ହେଉଛନ୍ତି ।

  • Related Posts

    ସରପଞ୍ଚରୁ ଭାଜପା ଜିଲ୍ଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା

    ଗୀତାଞ୍ଜଳିଙ୍କୁ ନୂଆ ଦାୟିତ୍ୱ, ମହିଳା ସଂଗଠନ ସୁଦୃଢ଼ କରିବାକୁ ନୂଆ ଆଶା” ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ନାୟକଙ୍କୁ ଭାରତୀୟ ଜନତା ପାର୍ଟି (ଭାଜପା) କନ୍ଧମାଳ ଜିଲ୍ଲା ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦିକା ଭାବେ ଦାୟିତ୍ୱ…

    Continue reading
    ପିଏମ୍ କେୟାର୍ସ ପାଣ୍ଠିକୁ ଘରୋଇ ଦାନ ହ୍ରାସ

    ନୂଆଦିଲ୍ଲୀ : ପିଏମ୍ କେୟାର୍ସ (ପ୍ରାଇମ ମିନିଷ୍ଟର୍ସ ସିଟିଜେନ ଆସିଷ୍ଟାନ୍ସ ଆଣ୍ଡ ରିଲିଫ ଇନ୍ ଏମର୍ଜେନ୍ସି ସିଚୁଏସନ) ପାଣ୍ଠିକୁ ଘରୋଇ ଦାନ ୨୦୨୪-୨୫ରେ ୩୦ ପ୍ରତିଶତ ହ୍ରାସ ପାଇ ୪୭୯ କୋଟି ଟଙ୍କା ରହିଛି । ବିଦେଶୀ ଦାନ ମଧ୍ୟ ୧୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ