ପ୍ରଶାନ୍ତଙ୍କ ଶେଷ ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଶ୍ରଦ୍ଧାଞ୍ଜଳି ଦେଲେ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ବାଲେଶ୍ୱର ଜିଲ୍ଲାର ଇସାଣି ଗାଁରେ ପହଞ୍ଚି ସ୍ୱର୍ଗତ ପ୍ରଶାନ୍ତ ଶତପଥିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

କାଶ୍ମୀରର ପେହଲଗାମ ଠାରେ ଉଗ୍ରପନ୍ଥୀଙ୍କ ଗୁଳିର ଶିକାର ହୋଇ ମୃତ୍ୟୁବରଣ କରିଥିବା ଓଡିଆ ପର୍ୟ୍ୟଟକ ପ୍ରଶାନ୍ତ ଶତପଥିଙ୍କ ମରଶରୀର ତାଙ୍କ ଗାଁ ମାଟି ବାଲେଶ୍ୱର ଜିଲ୍ଲାର ରେମୁଣା ବ୍ଲକର ଇସାଣି ଗାଁରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚି ତାଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ପରିବାର ସଦସ୍ୟମାନଙ୍କ ସହିତ ୨୦ ମିନିଟ୍ ସମୟ ଅତିବାହିତ କରିଥିଲେ। ମୁଖ୍ୟମନ୍ତ୍ରୀ ଏହାପରେ ସ୍ୱର୍ଗତ ପ୍ରଶାନ୍ତଙ୍କ ଶବାଧାର ସହ ଶ୍ମଶାନକୁ ମଧ୍ୟଯାଇ ଶେଷ ଦର୍ଶନ କରିଥିଲେ।

ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପରିବାରର ଦୁଃଖ ଦେଖି ‘ମୁଁ ଗଭୀର ମର୍ମାହତ’। ପ୍ରଶାନ୍ତଙ୍କ ପରିବାର ପାଇଁ ସହାୟତା ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱର୍ଗତ ପ୍ରଶାନ୍ତଙ୍କ ନିକଟତମ ଆତ୍ମୀୟଙ୍କୁ ୨୦ ଲକ୍ଷ ଟଙ୍କା ସହାୟତା, ପତ୍ନୀଙ୍କ ପାଇଁ ନିଯୁକ୍ତି ଦିଆଯିବା ସହିତ ତାଙ୍କ ପୁଅର ପାଠପଢା ପାଇଁ ଆବଶ୍ୟକ ବ୍ୟବସ୍ଥା ରାଜ୍ୟ ସରକାର କରିବେ ।

ଏହି ଆତଙ୍କବାଦୀ ଘଟଣାର ତୀବ୍ରନିନ୍ଦା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଉଗ୍ରପନ୍ଥୀ ମାନଙ୍କ କାର୍ୟ୍ୟ ଅତ୍ୟନ୍ତ ଅମାନବୀୟ ଓ କାପୁରୁଷୋଚିତ। ମୋଦୀଜୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଏହା ଉପରେ ଉପଯୁକ୍ତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ