ପ୍ରଶିକ୍ଷଣ ପାଇଁ ଓଡ଼ିଶାରେ ପହଁଚିଲେ ଶ୍ରୀଲଙ୍କାର ଅଧିକାରୀ

ଭୁବନେଶ୍ୱର,୨୫/୦୮: ପଡ଼ୋଶୀ ରାଷ୍ଟ୍ର ଶ୍ରୀଲଙ୍କାର ୩୦ ଜଣ ଅଧିକାରୀ ଆଜି ଓଡ଼ିଶାରେ ପହଁଚିଛନ୍ତି । ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଂଯୋଜନାରେ ସେମାନେ ପାଞ୍ଚ ଦିନ ଧରି ପ୍ରଶିକ୍ଷଣ ନେବେ । ଏହି ଅବସରରେ ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ବିଭିନ୍ନ ସ୍ଥାନ ପରିଦର୍ଶନ ସମୟରେ ସେମାନେ ଓଡ଼ିଶାର କଳା-ସଂସ୍କୃତି-ଐତିହ୍ୟ-ଇତିହାସ-ବୌଦ୍ଧ କୀର୍ତ୍ତିରାଜି ସମ୍ପର୍କରେ ଅବଗତ ହେବେ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏବଂ ବିପର୍ଯ୍ୟୟ ପୂର୍ବରୁ ଓ ପରେ ଗଣମାଧ୍ୟମର ଭୂମିକା ସମ୍ପର୍କରେ ସ୍ଥାନୀୟ ରାଜସ୍ୱ ଅଧିକାରୀଙ୍କ ପ୍ରଶିକ୍ଷଣ ପ୍ରତିଷ୍ଠାନଠାରେ ସେମାନେ ପ୍ରଶିକ୍ଷିତ ହେବେ । ହକି ବିଶ୍ଵ କପ୍ ଆୟୋଜନ ସମୟରେ ହୋଇଥିବା ସଫଳ ଗଣମାଧ୍ୟମ ରଣନୀତି ଉପରେ କଳିଙ୍ଗ ଷ୍ଟାଡିୟମ୍ ଠାରେ ତାଲିମ ନେବେ । ହ୍ଵାଇଟ୍ ପାଗୋଡ଼ା ଧଉଳିର ଶାନ୍ତି ମନ୍ତ୍ରରେ ଅଭିମନ୍ତ୍ରିତ ହେବା ସହ ବ୍ଲାକ୍ ପାଗୋଡ଼ା କୋଣାର୍କର କାଳଜୟୀ ସ୍ଥାପତ୍ୟ ଓ ମରାଳ-ମାଳିନୀ-ନୀଳାମ୍ବୁ-ଚିଲିକାର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ । ରାଜ୍ୟ ସଂଗ୍ରହାଳୟ ପରିଦର୍ଶନ ସମୟରେ ଓଡ଼ିଶାର ସମୃଦ୍ଧ କଳା, ଜୀବନ୍ତ ସଂସ୍କୃତି, ବିଭବଶାଳୀ ଐତିହ୍ୟ, ଗରିମାମୟ ଇତିହାସ ସମ୍ପର୍କରେ ଅବଗତ ହେବେ । ଓଡ଼ିଶା ବୟନ ଅସ୍ମିତାର କମନୀୟ ମାଧୁର୍ଯ୍ୟକୁ ବୟନିକାରେ ଉପଲବ୍ଧି କରିବେ । ଶ୍ରୀଲଙ୍କାର ଏହି ଅଧିକାରୀମାନେ ଆଜି କିଟ୍ ବିଶ୍ଵବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ଏହି ଅଧିକାରୀ ବୃନ୍ଦଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଅନୁଜ ଦାସ ପଟ୍ଟନାୟକ, ନିର୍ଦ୍ଦେଶକ (ବୈଷୟିକ) ଗୁରବୀର୍ ସିଂ, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଉପ-ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅନ୍ୟାନ୍ୟ ଅଧିକାରୀ ସ୍ଵାଗତ କରିଥିଲେ ।

  • Related Posts

    ସ୍ବଦେଶୀ ସାମଗ୍ରୀ କିଣନ୍ତୁ ଓ ବିଦେଶୀ ସାମଗ୍ରୀ ବିକ୍ରି କରିବାରୁ ବିରତ ରୁହନ୍ତୁ : ପ୍ରଧାନମନ୍ତ୍ରୀ

    ଅହମଦାବାଦ,୨୫/୦୮: ଅହମଦାବାଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ରୋଡ ସୋ କରିବା ସହ ଖୋଡାଲଧାମ ଗ୍ରାଉଣ୍ଡରେ ୫୪୦୦ କୋଟି ଟଙ୍କାର ଅନେକ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ…

    Continue reading
    ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ

    କଟକ,୨୫/୦୮: କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ଦୁର୍ଗା ପୂଜାକୁ ଆଉ ମାସେ ବାକି ଥିବା ବେଳେ ଏଥିପାଇଁ ଜାରି ହେଲା ସର୍କୁଲାର। ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଦିଲ୍ଲୀରଠାରେ ଓପନ୍‌ ଏଆଇର ପ୍ରଥମ ଅଫିସ୍‌ ଖୋଲିବ

    ସ୍ବଦେଶୀ ସାମଗ୍ରୀ କିଣନ୍ତୁ ଓ ବିଦେଶୀ ସାମଗ୍ରୀ ବିକ୍ରି କରିବାରୁ ବିରତ ରୁହନ୍ତୁ : ପ୍ରଧାନମନ୍ତ୍ରୀ

    ଗମ୍ଭୀର ଅପରାଧର ଅଭିଯୁକ୍ତଙ୍କୁ ଦଳରେ ସାମିଲ କରି ମାମଲାର ସମାଧାନ କରୁଥିବା ମନ୍ତ୍ରୀ/ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ପଦବୀ ଛାଡିବା ଉଚିତ କି?: ଅରବିନ୍ଦ କେଜରିୱାଲ

    ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କଲେ ମୀରାବାଈ ଚାନୁ

    ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ

    ଓଡ଼ିଶା ହେବ ଇଲେକ୍ଟ୍ରୋନିକ୍ସ ହବ୍‌: ନୂତନ ନୀତି-୨୦୨୫କୁ ଅନୁମୋଦନ