ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନେତୃତ୍ୱରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ଼ ପାଇଁ ଅଧିକ ଅର୍ଥର ଆବଶ୍ୟକତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା କହିଛନ୍ତି। ସେହିପରି ପୁଞ୍ଜି ନିବେଶ ପାଇଁ ସ୍ୱତନ୍ତ୍ର ଆର୍ଥିକ ସହାୟତା, ସହରୀକରଣ ପାଇଁ ମାଷ୍ଟରପ୍ଲାନ ସହାୟତା, ଦକ୍ଷିଣ ଓ ପଞ୍ଚିମ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା କହିଛନ୍ତି।

ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ବି ଦାବି କରିଛନ୍ତି। ଓଡ଼ିଶାରେ ପର୍ୟ୍ୟଟନ କ୍ଷେତ୍ରରେ ଅଧିକ ପୁଞ୍ଜି ନିବେଶ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଦେବାକୁ କେନ୍ଦ୍ରକୁ ନିବେଦନ କରିଛନ୍ତି ସିଏମ୍। ଏହାବ୍ୟତୀତ ଜଳ ଜୀବନ ମିଶନ ଅଧୀନରେ ଅଧିକ ଅର୍ଥ ଏବଂ ବାକି ପଡ଼ିଥିବା ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରବାକୁ ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଥିବା କହିଛନ୍ତି।୨୦୨୫-୨୬ ଆର୍ଥିକ ବର୍ଷର ପ୍ରାକ୍ ବଜେଟ୍ ପ୍ରସ୍ତୁତି ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନେତୃତ୍ୱରେ ବସିଥିଲା ବୈଠକ। ଏଥିରେ ବିଭିନ୍ନ ରାଜ୍ୟର ଅର୍ଥମନ୍ତ୍ରୀ ମଧ୍ୟ ଯୋଗଦେଇଥିଲେ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ