ଫାଶୀ ବଦଳରେ ୯ ଜଣଙ୍କୁ ଆଜୀବନ ଦଣ୍ଡାଦେଶ

କଟକ: ଦଣ୍ଡ କୋହଳ କଲେ ହାଇକୋର୍ଟ । ଫାଶୀ ବଦଳରେ ୯ ଜଣଙ୍କୁ ଆଜୀବନ ଦଣ୍ଡାଦେଶ ପାଇଁ ରାୟ ଶୁଣାଇଛନ୍ତି ମାନ୍ୟବର ହାଇକୋର୍ଟ । ଏହାସହ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ ।

ସୂଚନା ମୁତାବକ, ୨୦୧୬ ମସିହା ସେପ୍ଟେମ୍ବର ୯ ତାରିଖରେ ରାୟଗଡା ଜିଲ୍ଲା ପୁଟାସିଂ ଥାନା କିନ୍ତୁ ଗାଁରେ ଗୋଟିଏ ପରିବାରରେ ତିନି ଜଣଙ୍କୁ ଗୁଣି ଗାରେଡି ସନ୍ଦେହରେ ହତ୍ୟା କରିଥିଲେ ଅଭିଯୁକ୍ତ । ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ବାପା, ମା, ଏବଂ ବଡ଼ ଝିଅ ରହିଥିଲେ । ସେମାନଙ୍କୁ ପିଟି ପିଟି ହତ୍ୟା କରିଥିଲେ ଅଭିଯୁକ୍ତ । ଏହାପରେ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା । କୋର୍ଟରେ ମାମଲାର ଶୁଣାଣି ହୋଇଥିଲା । ଏହି ଶୁଣାଣିରେ ମାନ୍ୟବର କୋର୍ଟ ୯ ଜଣ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ ଶୁଣାଇଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏତଲା ଦାୟର ହୋଇଥିଲା । ହାଇକୋର୍ଟ ଏହି ମାମଲାର ଶୁଣାଣି କରି ତଳ କୋର୍ଟଙ୍କ ରାୟରେ ରୋକ୍‌ ଲଗାଇଛନ୍ତି । ଏଥି ସହିତ ୯ ଜଣ ଅଭିଯୁକ୍ତଙ୍କୁ ଦିଆଯାଇଥିବା ଫାଶୀ ଦଣ୍ଡାଦେଶକୁ ପରବର୍ତ୍ତନ କରି ଆଜୀବନ କାରାଦଣ୍ଡାଦେଶର ରାୟ ଶୁଣାଇଛନ୍ତି ମାନ୍ୟବର ହାଇକୋର୍ଟ । କେବଳ ସେତିକି ନୁହେଁ, ପୀଡିତାଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନସେବା କମିଟିକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ହାଇକୋର୍ଟ ।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି