ଫ୍ୟାନ୍‌ରେ ଝୁଲି ପଡିଲେ ଦମ୍ପତି

ବ୍ରହ୍ମବରଦା: ବେକରେ ରଶି ଲଗାଇ ଫ୍ୟାନ୍‌ରେ ଝୁଲି ପଡିଲେ ଦମ୍ପତି । ମୃତକ ବିଜୟ ରାଉତ (୬୦) ଓ ତାଙ୍କ ସ୍ତ୍ରୀ ପଦ୍ମିନୀ (୫୫) ବୋଲି ଜଣା ପଡ଼ିଛି । ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନା ଅର୍ଥଙ୍ଗା ପଞ୍ଚାୟତ କୋଠା ସାହି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

ସୂଚନା ମୁତାବକ, ବେଙ୍ଗାଲୁରୁରେ ରହୁଥିବା ବିଜୟଙ୍କ ପୁଅ ଆଜି ସକାଳୁ ଘରକୁ ଫୋନ୍‌ କରିଥିଲେ । କେହି ଫୋନ ନଉଠାଇବାରୁ ସାଙ୍ଗ ସୋମନାଥକୁ ଘରକୁ ଯିବା ପାଇଁ କହିଥିଲେ। ସେଠାରେ ଯାଇ ଠାକୁର ଘରେ ଦୁହିଁଙ୍କର ମୃତଦେହ ଝୁଲୁଥିବାର ଦେଖିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ଖବର ପାଇବା ପରେ ଗାଁ ଲୋକେ ଉକ୍ତ ସ୍ଥାନରେ ରୁଣ୍ଡ ହୋଇଯାଇଥିଲେ । ଖବର ପାଇ ବ୍ରହ୍ମବରଦା ପୋଲିସ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ ଆରମ୍ଭ କରିଛି । ତେବେ ଘରର କାନ୍ଥରେ ତିନି ଭଉଣୀଙ୍କ ପାଇଁ ଜୀବନ ହାରିଲେ ବୋଲି ଲେଖା ଯାଇଥିବା ଦେଖିବାକୁ ମିଳିଛି । କୌଣସି ଚାପ କିମ୍ବା ମାନସିକ ଭାରସାମ୍ୟ ହରାଇ ଦୁହେଁ ଏଭଳି ପଦକ୍ଷେପ ନେଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ