low presure rain ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଭୋର ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ଉତ୍ତର-ପଶ୍ଚିମ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସମେତ ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଝଡ଼ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି। କାଲି ପର୍ଯ୍ୟନ୍ତ ଏହି ଅଞ୍ଚଳଗୁଡ଼ିକରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଝଟକା ପବନର ବେଗ ୬୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିବା ଆଶଙ୍କା ରହିଛି। ପବନର ବେଗ ଅଧିକ ରହିବା ଯୋଗୁଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ।
ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୨୪ ଅଗଷ୍ଟ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା, ପଶ୍ଚିମବଙ୍ଗ ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ ଉପକୂଳକୁ ଫେରିଆସିବାକୁ କୁହାଯାଇଛି।

ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। ପ୍ରବଳ ବର୍ଷା ଆଶଙ୍କାରେ ରାଜ୍ୟର ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବର୍ଷା ଓ ପବନକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ ନଜର ରଖାଯାଇଛି।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ