ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ଦକ୍ଷିଣ ଓଡ଼ିଶା, ଉପକୂଳ ଆନ୍ଧ୍ରପ୍ରଦେଶ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହିତ ଉତ୍ତର ବିହାର କେନ୍ଦ୍ରୀୟ ଅଞ୍ଚଳ, ଓଡ଼ିଶା ଏବଂ ଝାଡ଼ଖଣ୍ଡ ମଧ୍ୟରେ ଏକ ନିମ୍ନଚାପରେଖା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ଏବଂ ନିମ୍ନଚାପରେଖା ପ୍ରଭାବରେ ରବିବାର ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ ରାୟଗଡ଼ା ଜିଲାକୁ ପ୍ରବଳ ବର୍ଷା, ବଜ୍ରପାତ, ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୨ତାରିଖ ଅପରାହ୍ଣରୁ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ତାରିଖରୁ ତିନିଦିନ ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଗଲାଣି।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ