ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ତାତି କିଛିଟା ହ୍ରାସ ପାଇଛି। ତଥାପି ସୋମବାର ରାଜ୍ୟର ୫ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଦକ୍ଷିଣ ବଙ୍ଗୋପସାଗର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଓଡ଼ିଶା ସଂଲଗ୍ନ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମଙ୍ଗଳବାର କାଳବୈଶାଖୀ ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ ୪୦ରୁ ୫୦ କି.ମି ବେଗରେ ପବନ ସହ କାଳବୈଶାଖୀ ସମ୍ଭାବନା ଅଛି। ଆସନ୍ତା ୬ ତାରିଖ ପରେ କାଳବୈଶାଖୀ ସମ୍ଭାବନା ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ଖୋରଧା, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, ତାଳଚେରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିଲା। ସେହିପରି ସମ୍ବଲପୁର, ଅନୁଗୋଳ, ବଲାଙ୍ଗିର ଓ ନୂଆପଡ଼ାରେ ୩୯ ଡିଗ୍ରୀ, ଭୁବନେଶ୍ବର, ବାରିପଦା, କୋରାପୁଟ, ସୋନପୁର, ପାରଳାଖେମୁଣ୍ଡି, ବରଗଡ଼ରେ ୩୮ ଡିଗ୍ରୀ ରେକର୍ଡ଼ କରାଯାଇଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ