ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ:ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ସୁଦ୍ଧା ଉପକୂଳ ଓଡ଼ିଶା ଅତିକ୍ରମ କରିବ । ଏହାର ପ୍ରଭାବରେ ବୁଧବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପଶ୍ଚିମ ଓଡ଼ିଶାର ଅନ୍ୟ ସ୍ଥାନରେ ବି ଅଧିକ ବର୍ଷିବ । କିଛି ସ୍ଥାନରେ ୨୦୦ମିମିରୁ ଅଧିକ ବର୍ଷିପାରେ । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏଭଳି ପୂର୍ବାନୁମାନ କରିଛି ।

ଆଇଏମ୍‌ଡି ମହାନିର୍ଦ୍ଦେଶକ(ଡିଜି) ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ସେପ୍ଟେମ୍ବର ମାସରେ ଓଡ଼ିଶାରେ ସ୍ୱାଭାବିକ ପରିମାଣର ବର୍ଷା ହେବ । ସେପ୍ଟେମ୍ବର ମାସରେ ଦେଶରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ । ମାସ ଆରମ୍ଭ ସୁଦ୍ଧା ୧୦୭% ବର୍ଷା ହୋଇଛି । ସ୍ୱାଭାବିକଠାରୁ ପ୍ରାୟ ୭% ଅଧିକ ବର୍ଷା ହୋଇଛି । ସାଧାରଣତଃ ୧୩ରୁ ୧୪ଟି ଲଘୁଚାପ ବା ଅବପାତ ସୃଷ୍ଟି ହୋଇଥାଏ । ଏଥର ୧୬ଟି ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଲଘୁଚାପ ହେଲେ ଦକ୍ଷିଣ ପଶ୍ଚିମ ଭାଗରେ ଅଧିକ ବର୍ଷା ହୁଏ ବୋଲି ସେ କହିଛନ୍ତି ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଗୁରୁବାର ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶୁକ୍ରବାର ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଭାରି ବର୍ଷା ଆଶଙ୍କା ଅଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ବୁଧବାର ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ମୁହାଁଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

  • Related Posts

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଭୁବନେଶ୍ବର,04/09: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା…

    Continue reading
    ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି

    ନାରାୟଣପାଟଣା,04/09 : ଗାଁକୁ ଡିଜିଟାଲ ସେବା ଅପହଞ୍ଚ ହୋଇଛି । ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି । ଆଉ କେଉଁଠି ମୋଟରସାଇକଲରେ ଲାପଟପ୍ ଧରି ଜଙ୍ଗଲ ରାସ୍ତାରେ ନେଟୱର୍କ ଖୋଜା ଚାଲିଛି । ସୀମାନ୍ତ ଆନ୍ଧ୍ର ନେଟୱର୍କରେ ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର