ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, 26ରେ ଆସୁଛି ବାତ୍ୟା !

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ । 24 ଅକ୍ଟୋବର ସୁଦ୍ଧା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇ ଆସନ୍ତା 26 ତାରିଖରେ ବାତ୍ୟା ରୂପ ନେଇପାରେ । ବାତ୍ୟା ସୃଷ୍ଟି ପରେ ପରବର୍ତ୍ତୀ ଦୁଇଦିନରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆହୁରି ଶକ୍ତିଶାଳୀ ହେବ । ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ମୁହାଁ ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।
ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, 23 ଅକ୍ଟୋବର ସକାଳ 5.30 ବେଳକୁ ପୂର୍ବ କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆସନ୍ତାକାଲି ବେଳକୁ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାପରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ଗତି କରି ଅକ୍ଟୋବର 25 ତାରିଖ ବେଳକୁ ଗଭୀର ଅବପାତରେ ପରିଣତ ହେବ । ଏହାପରେ 26 ଅକ୍ଟୋବର ସକାଳ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି ।ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ବାତ୍ୟାରେ ପରିଣତ ହେବା ପରେ ତା ପରବର୍ତ୍ତୀ ଦୁଇଦିନ ( ଅକ୍ଟୋବର 27 ଓ 28) ପର୍ଯ୍ୟନ୍ତ ଆହୁରି ତୀବ୍ର ହେବ । ଏହି ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଆଡକୁ ପଶ୍ଚିମ ଓ ଉତ୍ତର ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି ।ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି ସନ୍ଧ୍ୟା ବେଳକୁ ଝଡ ବର୍ଷା ହେବାର ସମ୍ଭାବନା ରହିଛି । ପବନର ବେଗ 35-45ରୁ 55 କିମି ରହିପାରେ । ଆସନ୍ତାକାଲି (24 ଅକ୍ଟୋବର) ବେଳକୁ ପବନର ବେଗ ବଢିପାରେ ଘଣ୍ଟା ପ୍ରତି 65 କିମି ବେଗରେ ପବନ ବହିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆସନ୍ତା ଦୁଇ ସପ୍ତାହ ପାଇଁ ଭାରତୀୟ ପାଣିପାଗ ବିଭାଗ ଜାରି କରିଥିବା ପୂର୍ବାନୁମାନ ଅନୁସାରେ, 26 ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ପାଖ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଘଣ୍ଟା ପ୍ରତି 70-80 କିମି ବେଗରେ ପବନ ବହିପାରେ । ଝଟକା ପବନ ବେଗ 90 କିମି ଛୁଇଁପାରେ ।ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଅକ୍ଟୋବର ୨୬ରୁ ୨୯ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ୨୬ ତାରିଖ ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଓ ଗଜପତି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଓ ପବନ ବହିବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ୟେଲୋ ଆଲର୍ଟ ।

ସେହିପରି ୨୭ ତାରିଖ ସକାଳୁ ବଢିବ ବର୍ଷାର ପରିମାଣ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

  • Related Posts

    ଆଜିଠୁ ଭୁବନେଶ୍ୱରରେ ଅର୍ବାନ୍ ମୋବିଲିଟି ଇଣ୍ଡିଆ କନଫରେନ୍ସ ଓ ଏକ୍ସପୋ

    ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ୧୯ତମ ଅର୍ବାନ୍ ମୋବିଲିଟି ଇଣ୍ଡିଆ କନ୍ଫରେନ୍ସ ଓ ଏକ୍ସପୋ ଏବଂ ଦ୍ୱିତୀୟ ନ୍ୟାସନାଲ୍ ଅର୍ବାନ୍ କନକ୍ଲେଭ୍। ୨୫ ଯାଏଁ ଚାଲିବାକୁ ଥିବା ଏହି ତିନିଦିନିଆ କାର୍ଯ୍ୟକ୍ରମରେ ଦେଶବିଦେଶର ନୀତି ନିର୍ଦ୍ଧାରକ, ସହରାଞ୍ଚଳ ବିକାଶ ବିଶେଷଜ୍ଞ,…

    Continue reading
    ଦାୟିତ୍ୱରେ ଅବହେଳା, SIଙ୍କ ବଦଳି

    ଜଳେଶ୍ୱର: ଜଳେଶ୍ୱରରେ ନାବାଳିକା ହତ୍ୟା ମାମଲାରେ SIଙ୍କ ବଦଳି। ଦାୟିତ୍ବରେ ଅବହେଳା ପାଇଁ ନାମ୍ପ ଫାଣ୍ଡି SI କରଣ ମାରାଣ୍ଡିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ। ଜିଲ୍ଲା ମୁଖ୍ୟାଳୟକୁ ବଦଳି ନିର୍ଦ୍ଦେଶ ଦେଇଛନ୍ତି ବାଲେଶ୍ବର ଏସ୍ ପି। ୫ ଦିନ ହେବ ନିଖୋଜ ନାବାଳିକାଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି