ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆଗାମୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ 5ଟା 30 ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଲଘୁଚାପ ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ସହ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ପ୍ରଭାବରେ ଆଜିଠୁ ବର୍ଷାର ପରିମାଣ ବଢ଼ିବ । ଏନେଇ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡିକରେ ମଧ୍ୟମରୁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଜି ସାରା ରାଜ୍ଯରେ ବର୍ଷା ସହ ବଜ୍ରପାତ ଓ ଝଡ଼ି ପବନ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅନ୍ୟସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ।

ସେପଟେ ଓଡିଶା ଉପକୂଳରେ 40-50 କିମି ସର୍ବାଧିକ 60 କିମି ବେଗରେ ପବନ ବହିବାର ସମ୍ବାବନା ରହିଛି । 15 ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିଵ । ତେଣୁ ଆଜିଠାରୁ 15 ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ଆସନ୍ତା 17 ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

  • Related Posts

    ଯୁବକଙ୍କୁ ନିର୍ମମ ହତ୍ୟା

    ସମ୍ବଲପୁର : ସମ୍ବଲପୁର ସହରରେ ଚାଞ୍ଚଲ୍ୟ । ଫିସେରୀ ରୋଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ପରେ ହତ୍ୟା ସନ୍ଦେହ ଘନୀଭୂତ ହୋଇଛି। ମୃତକ ଜଣକ ହେଲେ ଗୋପାଳ ବଂଶଲ। ତାଙ୍କ ଘର ସମ୍ବଲପୁର ସହରର ତିୱାରୀଗଳିରେ । ସମ୍ବଲପୁର ଟାଉନ୍…

    Continue reading
    ଯୁବତୀଙ୍କୁ ଟେକି ନେଇ ଗଣଦୁଷ୍କର୍ମ

    ନିଶ୍ଚିନ୍ତକୋଇଲି : ରାଜ୍ୟ ରାଜପଥ କଡ଼ରେ ଯୁବତୀଙ୍କୁ ଟେକି ନେଇ ଗଣଦୁଷ୍କର୍ମ। ପୁରୁଷ ବନ୍ଧୁଙ୍କ ସହ କାରରେ ବସିଥିବା ବେଳେ ଟେକିନେଲେ ଦୁର୍ବୃତ୍ତ। ମଙ୍ଗଳବାର ବିଳମ୍ଵିତ ରାତିରେ କଟକ ଚାନ୍ଦବାଲି ରାଜ୍ୟ ରାଜପଥ କଡ଼ରେ ଜଣେ ଯୁବତୀକୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ