ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର; ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପୁଣି ୧୯ ଏବଂ ୨୦ ଆଡକୁ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଦିଗରେ ଗତି କରି ଆହୁରି ଘନୀଭୂତ ହେବ ଲଘୁଚାପ । ଲଘୁଚାର ପ୍ରଭାବରେ ଆଜି ଓଡ଼ିଶାରେ ପ୍ରବଳ ବର୍ଷା ହେବ । ସକାଳୁ ସକାଳୁ ଭୁବନେଶ୍ୱର, କଟକରେ ବର୍ଷା ଜାରି ରହିଛି । ୩ ଜିଲ୍ଲାକୁ ଅରେଞ୍ଜ ଓ ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି । ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ହେବାର ସମ୍ଭାବନା ରହିଛି ।
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଏହାର ପ୍ରଭାବରେ ସାରା ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଗତକାଲି ରାତିଠାରୁ ବର୍ଷା ଆରମ୍ଭ ହୋଇଯାଇଛି । ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜିଠାରୁ ୧୮ ଅଗଷ୍ଟ ମଧ୍ୟରେ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ, ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ୪୦-୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ବି ଅଧିକ ।

କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜେରି ହୋଇଛି । ଲଘୁଚାପର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଛି । ବର୍ଷା ଓ ପବନର ପ୍ରଭାବ ଦୃଷ୍ଟିରୁ ସମୁଦ୍ରକୂଳବର୍ତ୍ତୀ ଅଞ୍ଚଳ ସମେତ ପ୍ରଭାବିତ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମତ୍ସଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ