ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ବର : ଗୁରୁବାରଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ। ଫେବୃଆରୀ ୧୩ରୁ ୨୧ ପର୍ୟ୍ୟନ୍ତ ପ୍ରଥମ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ୟ୍ୟନ୍ତ ଦ୍ୱିତୀୟ ପର୍ୟ୍ୟାୟ ଅଧିବେଶନ ଚାଲିବ। ଫେବୃଆରୀ ୧୭ରେ ଅର୍ଥମନ୍ତ୍ରୀ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ। ଏହି ଅଧିବେଶନ ୨୮ଦିନ ଚାଲିବାକୁ ଥିବାବେଳେ ଆଜି ପୂର୍ବାହ୍ଣ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଏହି ବୈଠକରେ ସପ୍ତଦଶ ବିଧାନସଭା ତୃତୀୟ ଅଧିବେଶନ ଗୃହକାର୍ୟ୍ୟ ସମ୍ପାଦନ ସମ୍ପର୍କରେ ଆଲୋଚନା କରାଯିବ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଜେଡି ବିଧାୟକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଏବଂ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ଅଧିବେଶନରେ ସରକାରଙ୍କୁ ଘେରିବା ପାଇଁ ବିରୋଧୀ ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଥିବା ଜଣାପଡିଛି। ଅନ୍ୟପଟେ ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ଦଳ ଯୋଜନା ପ୍ରସ୍ତୁତ କରିଛି।
ବିରୋଧୀ ଦଳ ସୂତ୍ରରୁ ମିଳୁଥିବା ସୂଚନାନୁଯାୟୀ, ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟରେ ୨.୬୫ ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ। ଏହି ବଜେଟରେ ପୂର୍ବ ବଜେଟ ତୁଳନାରେ ୧୫ ହଜାର କୋଟି ଟଙ୍କା ଅଧିକ ବ୍ୟୟବରାଦ କରାଯାଇଥିଲା; କିନ୍ତୁ ବଜେଟରେ ନୂଆ କିଛି ନଥିଲା। କେବଳ ନିର୍ବାଚନ ପ୍ରତିଶ୍ରୁତି ପାଳନ କରିବାକୁ ସୁଭଦ୍ରା ଏବଂ ଏମଏସପି ଉପରେ ଗୁରୁତ୍ବ ଦିଆଯାଇଥିଲା। ସରକାର ବଜେଟ ଅର୍ଥ ଖର୍ଚ୍ଚ କରିବାରେ ସଫଳ ହୋଇ ପାରୁନାହାନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୮ମାସ ମଧ୍ୟରେ ୭ଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ୫ବର୍ଷରେ ଓଡ଼ିଶାକୁ ଦେଶରେ ଏକ ନମ୍ବର କରିବାକୁ ପ୍ରତିଶ୍ରୁତି ଦେଇଥିବା ବେଳେ ଚଳିତ କେନ୍ଦ୍ରୀୟ ବଜେଟରେ ଓଡ଼ିଶା ପାଇଁ କିଛି ବ୍ୟବସ୍ଥା ନାହିଁ। ଏହାକୁ ବିରୋଧୀ ମୁଖ୍ୟ ପ୍ରସଙ୍ଗ କରିବେ। ଅଦିନିଆ ବର୍ଷାରେ ଫସଲହାନି, ଆଇନ ଶୃଙ୍ଖଳା, ଭିତ୍ତିଭୂମି ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ପ୍ରସଙ୍ଗ କରିବାକୁ ବିରୋଧୀ ରଣନୀତି ତିଆରି କରିଛନ୍ତି। ସେହିପରି ସରକାର ୨ ବର୍ଷରେ ୬୫ ହଜାର ନୂଆ ନିଯୁକ୍ତି ଦେବାକୁ କହିଥିଲେ। ୮ମାସରେ ୨୬ ହଜାର ନିଯୁକ୍ତି ଦେଇଥିବା କଥା କହୁଛନ୍ତି। ତେବେ ପୂର୍ବ ସରକାର ଅମଳରେ ପ୍ରକାଶିତ ବିଜ୍ଞପ୍ତି ପରିପ୍ରେକ୍ଷୀରେ ନିଯୁକ୍ତି ମେଳାରେ ନିଯୁକ୍ତିପତ୍ର ବଣ୍ଟନ କରି ୨୬ହଜାର ନିଯୁକ୍ତି ଦିଆଯାଇଥିବା କହୁଛନ୍ତି। ବିରୋଧୀ ଗୃହରେ ଏ ପ୍ରସଙ୍ଗ ଉଠାଇବେ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ