ବଜେଟ ଅଧିବେଶନ ପାଇଁ ଟ୍ରାଫିକ୍‍ କଟକଣା

ଭୁବନେଶ୍ବର : ୧୩ ତାରିଖରୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ।ଏହି ଅଧିବେଶନ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବ। ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଅହୋରାତ୍ର ଜଗିବେ। ବିଧାନସଭା ଛାତ ଉପରେ ରୁଫ-ଟଫ ପୁଲିସ ରହିବେ। ପ୍ରବେଶ ପଥରେ ଚେକପୋଷ୍ଟ କରାଯିବା ସହିତ ବିଧାନସଭାକୁ ସଂଯୋଗ କରୁଥିବା ରୁଟକୁ ଡାଇଭର୍ଟ କରାଯିବ ।
ଅନ୍ୟପଟେ ବଜେଟ୍ ଅଧିବେଶନ ପାଇଁ ବିଧାନସଭା ମାର୍ଗରେ କମିସନରେଟ ପୁଲିସ ପକ୍ଷରୁ ଟ୍ରାଫିକ୍‍ କଟକଣା ଜାରି କରାଯାଇଛି। ଉକ୍ତ ସଂଲଗ୍ନ ରାସ୍ତାରେ ସର୍ବସାଧାରଣଙ୍କ ଯାତାୟାତ ଉପରେ କଟକଣା ଜାରି କରିଛି। ସେହିପରି ଜୟଦେବ ଭବନ ଠାରୁ ରବୀନ୍ଦ୍ର ମଣ୍ଡପ ଛକ, ରବୀନ୍ଦ୍ର ମଣ୍ଡପ ଛକ ଠାରୁ ୧୨୦ ବାଟାଲିୟନ ଛକ ଯାଏଁ ଲୋକଙ୍କ ଗମନାଗମନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଉକ୍ତ ରାସ୍ତାରେ ଅନୁମତି ନ ଥିବା ଲୋକେ ଯେପରି ଭିତରେ ପ୍ରବେଶ ନ କରିବେ ସେଥିପାଇଁ ପଏଣ୍ଟ କରାଯାଇଛି। କେବଳ ଲୋକସେବା ଭବନ ଓ ବିଧାନସଭା କର୍ମଚାରୀଙ୍କ ସହ ଅନୁମତି ଥିବା କର୍ମଚାରୀ ପରିଚୟପତ୍ର ଦେଖାଇ ଯାତାୟାତ କରିପାରିବେ। ସେଭଳି ପୁଲିସ, ଆମ୍ବୁଲାନ୍ସ, ଅଗ୍ନିଶମ ଏବଂ ବିଧାନସଭା, ରାଜ୍ୟ ସଚିବାଳୟ ଏବଂ ଅନ୍ୟାନ୍ୟ ସରକାରୀ କାର୍ୟ୍ୟାଳୟକୁ ଯାଉଥିବା ଅଧିକୃତ ଗାଡ଼ି ପାଇଁ ଏହି କଟକଣା ଲାଗୁ ହେବ ନାହିଁ ବୋଲି କମିସନରେଟ୍‍ ପୁଲିସ ପକ୍ଷରୁ କୁହାଯାଇଛି।
ଦୁଇଟି ପର୍ୟ୍ୟାୟରେ ଏହି ଅଧିବେଶନ ଏପ୍ରିଲ ୫ ତାରିଖ ପର୍ୟ୍ୟନ୍ତ ଚାଲିବ। ଅଧିବେଶନରେ ମୋଟ ୨୮ ଟି କାର୍ୟ୍ୟଦିବସ ଥିବାବେଳେ ଫେବୃଆରୀ ୧୭ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ ।ଫେବୃଆରୀ ୧୩ରୁ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ୍‌ ଅଧିବେଶନ। ଫେବୃଆରୀ ୧୭ରେ ଆସିବ ରାଜ୍ୟ ବଜେଟ। ୨୦୨୫-୨୦୨୬ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ଫେବୃଆରୀ ୨୨ରୁ ମାର୍ଚ୍ଚ ୬ ପର୍ୟ୍ୟନ୍ତ ବନ୍ଦ ରହିବ ଅଧିବେଶନ। ପୁଣି ମାର୍ଚ୍ଚ ୭ରୁ ଏପ୍ରିଲ ୫ଯାଏ ଚାଲିବ ଦ୍ୱିତୀୟ ପର୍ୟ୍ୟାୟ ବଜେଟ୍‌ ଅଧିବେଶନ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ