ବଜେଟ: ଗଠନ ହେବ ମକାନା ବୋର୍ଡ

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି ।
ଏହି ଅବସରରେ ସେ କହିଛନ୍ତି ଯେ ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ୱକୁ ଚକିତ କରିଛି । ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି । ଏଥର ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି । ମଧ୍ୟମ ଶ୍ରେଣୀର ଲୋକଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ପ୍ରଥମିକତା ଦିଆଯାଇଛି । କୃଷି ଉପôାଦନ ବୃଦ୍ଧି ଉପରେ ଗୁରୁତ୍ୱ ରହିଛି । ଏହାଦ୍ୱାରା ୧.୭ କୋଟି କୃଷକ ଉପକୃତ ହେବେ । ଏଡିବୁଲ ଅଏଲରେ ଆତ୍ମନିର୍ଭର ହେବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୬ ବର୍ଷିଆ ସ୍କିମ କେନ୍ଦ୍ର ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ବିହାରରେ ଏକ ମକାନା ବୋର୍ଡ ଗଠନ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଏହି ମକାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ ।

  • Related Posts

    ଇଣ୍ଡିଆ କେମ୍ ୨୦୨୬ରେ ଶିଳ୍ପ ସମ୍ଭାବନା ପ୍ରଦର୍ଶନ କରିବ ଓଡ଼ିଶା

    ଭୁବନେଶ୍ବର: ରାସାୟନିକ ଓ ପେଟ୍ରୋକେମିକାଲ ଶିଳ୍ପ କ୍ଷେତ୍ରରେ ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ଗନ୍ତବ୍ୟ ଭାବେ ପ୍ରତିଷ୍ଠା କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ରାଜ୍ୟ ସରକାର ନିଜର ଶିଳ୍ପ ସମ୍ଭାବନାକୁ ଜାତୀୟ ମଞ୍ଚରେ ଉପସ୍ଥାପନ କରିବାକୁ ଯାଉଛନ୍ତି । ଏଥିପାଇଁ…

    Continue reading
    ଆଜି ଇଣ୍ଡିଆ ମେଣ୍ଟର ଅନଲାଇନରେ ବଡ଼ ବୈଠକ

    ନୂଆଦିଲ୍ଲୀ: ଅନଲାଇନରେ ହେବ ଇଣ୍ଡିଆ ମେଣ୍ଟର ବୈଠକ । ଭୋଟ ଚୋରି ପ୍ରସଙ୍ଗରେ ଆନ୍ଦୋଳନର ରୂପରେଖ ଓ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଚାପ ପକାଇବା ପାଇଁ ଗୁରୁବାର ସନ୍ଧ୍ୟାରେ ଇଣ୍ଡିଆ ମେଣ୍ଟର ଅନଲାଇନ ବୈଠକ ଅନୁଷ୍ଠିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି