ବଜେଟ:: ସବୁ ଜିଲ୍ଲା ହସ୍ପିଟାଲରେ ରହିବ କ୍ୟାନ୍ସର ଚିକିତ୍ସା କେନ୍ଦ୍ର

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି ।
ଏହି ଅବସରରେ ସେ କହିଛନ୍ତି ଯେ ପୁଞ୍ଜିନିବେଶ ବିକାଶର ତୃତୀୟ ଇଞ୍ଜିନ । ସକ୍ଷମ ଅଙ୍ଗନବାଡ଼ି ଯୋଜନା ଦ୍ୱାରା ଉପକୃତ ହେବେ ୮କୋଟି ପିଲା ।୧ କୋଟି ଗର୍ଭବତୀ ଓ ୨୦ ଲକ୍ଷ ଅପପୁଷ୍ଟି ପିଲା ଉପକୃତ ହେବେ । ୧୦ ବର୍ଷରେ ମେଡିକାଲ ସିଟ ୧.୧ ଲକ୍ଷ ବୃଦ୍ଧି ଘଟିଛି । ସବୁ ଜିଲ୍ଲା ହସ୍ପିଟାଲରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ ।
ଏହାଛଡ଼ା ସେ କହିଛନ୍ତି ଯେ ଏମଏସଏମଇ ବିକାଶର ଦ୍ୱିତୀୟ ଇଞ୍ଜିନ । ୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ ରହିଛି । ଏମଏସଏମଇ କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁର କରାଯିବ । ଯୁବକଙ୍କୁ ଏମଏସଏମଇ ଦ୍ୱାରା ଅଧିକ ନିଯୁକ୍ତି ଦେଇ ହେବ । ଅଣଚମଡ଼ା ଶିଳ୍ପ ଉପରେ ଏଥଣ ଫୋକସ ରହିବ । ଅଣଚମଡ଼ା ଶିଳ୍ପ ଦ୍ୱାରା ୨୨ ଲକ୍ଷ ଉପକୃତ ହେବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।
ଏହାଛଡ଼ା ସେ କହିଛନ୍ତି ଯେ ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ୱକୁ ଚକିତ କରିଛି । ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି । ଏଥର ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି । ମଧ୍ୟମ ଶ୍ରେଣୀର ଲୋକଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ପ୍ରଥମିକତା ଦିଆଯାଇଛି । କୃଷି ଉପôାଦନ ବୃଦ୍ଧି ଉପରେ ଗୁରୁତ୍ୱ ରହିଛି । ଏହାଦ୍ୱାରା ୧.୭ କୋଟି କୃଷକ ଉପକୃତ ହେବେ । ଏଡିବୁଲ ଅଏଲରେ ଆତ୍ମନିର୍ଭର ହେବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୬ ବର୍ଷିଆ ସ୍କିମ କେନ୍ଦ୍ର ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ବିହାରରେ ଏକ ମକାନା ବୋର୍ଡ ଗଠନ କରାଯିବ ।
ଏହି ମକାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ । ମତ୍ସ୍ୟ ଉପôାଦନରେ ଭାରତ ସାରା ବିଶ୍ୱରେ ଦ୍ୱିତୀୟ । ଟେକ୍ସଟାଇଲ ସେକ୍ଟର ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ୟୁରିଆ ଉପôାଦନରେ ଦେଶକୁ ଆତ୍ମନିର୍ଭର କରିବୁ ।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ