ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

କାଲିମେଳା: ମାଲକାନଗିରି ଜିଲା କାଲିମେଳା ବ୍ଲକ ମହାରାଜପଲ୍ଲୀ ପଞ୍ଚାୟତ ସଦର ଗ୍ରାମରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ତେବେ ତାଙ୍କ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ମହାରାଜପଲ୍ଲୀ ଗ୍ରାମର ଭୀମା ମାଡକାମି ଏବଂ ତାଙ୍କ ସ୍ତ୍ରୀ ଏଙ୍କି ମାଡକାମି (୩୫) ଗୁରୁବାର ଅପରାହ୍ନରେ ନିଜ ଜମିକୁ ବାଦାମ ଅମଳ କରିବାକୁ ଯାଇଥିଲେ ।

ସେହି ସମୟରେ ହଠାତ ଘଡ଼ଘଡ଼ି ସହ ଝଡବର୍ଷା ଆରମ୍ଭ ହୋଇଥିଲା । ଉଭୟ ସ୍ବାମୀ ସ୍ତ୍ରୀ ନିଜ ଘରକୁ ଫେରୁଥିବା ସମୟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ସ୍ତ୍ରୀ ଏଙ୍କିଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ବାମୀ ଭୀମା ଅଚେତ ଅବସ୍ଥାରେ ପଡିଥିଲେ । ପରିବାର ଲୋକ ଏବଂ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ଏମ୍‌ଭି -୭୯ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ଜଣାପଡିଛି ।

  • Related Posts

    ଜେଲ ଗଲେ ମହାକାଳପଡ଼ା ସରପଞ୍ଚ

    ମହାକାଳପଡ଼ା : ଜେଲ ଗଲେ ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ଚାମେଲିଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଛି। ମହାକାଳପଡ଼ା ବ୍ଲକ ପରିସରରେ ହାଇଡ୍ରାମାକୁ ନେଇ ଗତ ୨ ଦିନ ହେଲା ଚର୍ଚ୍ଚା ଲାଗି ରହିଛି। ବିଡିଓଙ୍କୁ…

    Continue reading
    ୮ ପିତୃମାତୃହୀନ ପିଲାଙ୍କୁ “ଗ୍ରୀନ ପ୍ୟାସଜ” ମାଧ୍ୟମରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଉଚ୍ଚ ଶିକ୍ଷା

    କୋଭିଡ ମହାମାରୀ ସମୟରେ ପିତା କିମ୍ବା ଉଭୟ ପିତାମାତାଙ୍କୁ ହରାଇଥିବା ଶିଶୁମାନଙ୍କୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଶୀର୍ବାଦ ଯୋଜନାରୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କ ଶିକ୍ଷାକୁ ସୁନିଶ୍ଚିତ ଓ ଶୈଶବକୁ ସ୍ଵଭାବିକ କରIଯାଇଥିଲା I ଚଳିତ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ