ବଜ୍ରପାତ, ଦୁଇ ମହିଳା ମୃତ

ତେଲକୋଇ: ବଜ୍ରପାତରେ ଚାଲିଗଲା ଶାଶୁ-ବୋହୂଙ୍କ ଜୀବନ । କେନ୍ଦୁଝର ଜିଲ୍ଲା ତେଲକୋଇ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ବିଞ୍ଝବାହାଳ ଗାଁ ଉପର ସାହିର ରୁକ୍ମିଣୀ ନାଏକ ଓ ଲବଣି ନାଏକ । ଧାନ ତଳି ରୋଇବା ବେଳେ ବଜ୍ରପାତ ହୋଇଥିଲା ।

ସୂଚନାଯୋଗ୍ୟ ଯେ, ବୁଧବାର ସକାଳୁ ନିଜ ଧାନ ଜମିରେ ତଳି ରୋଇବା ପାଇଁ ଦୁଇ ଜଣ ମହିଳା ଯାଇଥିଲେ । ପ୍ରାୟ ଦିନ ୨ଟା ସମୟରେ ଘଡଘଡି ସହ ପ୍ରବଳ ବର୍ଷା ଆରମ୍ଭ ହୋଇଥଲା । ଦୀର୍ଘ ସମୟ ଧରି ବଜ୍ରପାତ ହୋଇଥିଲା । ବଜ୍ରପାତ ଦେଖି ସେମାନେ ଜମିରୁ ବାହାରକୁ ବାହାରି ଆସିଥିଲେ । ସେହି ସମୟରେ ବଜ୍ରପାତ ହୋଇଥିଲା । ଘଟଣାସ୍ଥଳରେ ଦୁଇ ମହିଳାଙ୍କ ମୃତ୍ୟୁ ଘଟିଥିଲା । ନିକଟରେ ଅନ୍ୟ ଧାନ ଜମିରେ ତଳି ରୋଉଥିବା ଲୋକେ ଆସି ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । ମେଡ଼ିକାଲରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ