ବଡପଡା ଛାତ୍ରୀ ପୋଡି ଘଟଣା ଅନୁଧ୍ୟାନ କଲା ପିସିସି ଟିମ

ପଟ୍ଟାମୁଣ୍ଡାଇ: ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ପିସିସି ଅନୁଧ୍ୟାନ ଟିମ୍ ପହଂଚି ନିଆଁରେ ପୋଡି ମୃତ୍ୟୁବରଣ କରିଥିବା ଛାତ୍ରୀଙ୍କ ପରିବାରକୁ ଭେଟି ଏହି ସମ୍ବେଦନଶୀଳ ମାମଲାର ଅନୁଧ୍ୟାନ କରିଥିଲେ ଏବଂ ଗଭୀର ସମବେଦନା ଜ୍ଞାପନ କରିଥିଲେ। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ଦେଶରେ ପିସିସି ଉପସଭାପତି ସସ୍ମିତା ବେହେରାଙ୍କ ନେତୃତ୍ୱରେ ଗଠିତ ତଥ୍ୟ ଅନୁସନ୍ଧାନକାରୀ ଦଳ ,ମୁଖପାତ୍ର ସୋନାଲି ସାହୁ, ମନୀଷା ଦାଶ ପଟନାୟକ, ଜୟଶ୍ରୀ ପାତ୍ର, ମଧୁସ୍ମିତା ଆଚାର୍ୟ୍ୟ, ଅମ୍ରିତା ଦାସ ସମେତ ପିସିସି କୋଷାଧକ୍ଷ ତଥା କେନ୍ଦ୍ରାପଡ଼ା ଲୋକ ସଭା କଂଗ୍ରେସ ପ୍ରାର୍ଥୀ ଇଂ ସିଦ୍ଧାର୍ଥ ଦାସ, ବିଧାନସଭା ପ୍ରାର୍ଥୀ ପୂର୍ବତନ ବିଧାୟିକା ଡ଼ ସିପ୍ରା ମଲିକ, ଜିଲ୍ଲା କଂଗ୍ରେସ ସଂଯୋଜକ ପ୍ରଫୁଲ୍ଲ ଦାଶ ପୂର୍ବତନ ଜିଲ୍ଲା ଯୁବକଂଗ୍ରେସ ସଭାପତି ସତ୍ୟ ପ୍ରିୟ ସାମଲ, ଯୁବନେତା ପ୍ରଶାନ୍ତ ରାଉତ ଓ ପ୍ରଦୀପ ପ୍ରଧାନ ପ୍ରମୁଖ କାଠିଆପଡା ଗ୍ରାମରେ ପହଂଚି ମୃତା ଛାତ୍ରୀଙ୍କ ବାପା ଶଶିକାନ୍ତ ପରିଡାଙ୍କୁ ଭେଟି ଆଲୋଚନା କରିବା ସହିତ ଚଳିତ ସରକାରରେ ମହିଳା ଓ ଛାତ୍ରୀମାନେ ସୁରକ୍ଷିତ ନୁହଁନ୍ତି ବୋଲି ପ୍ରକାଶ କରିଥିଲେ। ପୋଲିସ ଓ ପ୍ରଶାସନର ଅବହେଳା ପାଇଁ ନିର୍ୟାତିତା ଛାତ୍ରୀ ଜଣକର ଅମୂଲ୍ୟ ଜୀବନ ଯାଇଛି ବୋଲି ଅଭିଯୋଗ କରି ଏହାର ବିଚାର ବିଭାଗୀୟ ତଦନ୍ତ କରି ଉପଯୁକ୍ତ କାର୍ୟ୍ୟାନୁଷ୍ଠାନ ପାଇଁ ଦାବୀ କରିଥିଲେ ।

ପରବର୍ତ୍ତୀ ସମୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ପାଖକୁ ଯାଇ ଘଟଣା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି। ମୃତ ପୀଡ଼ିତାଙ୍କ ବାପାଙ୍କ ଅଭିଯୋଗ ଅନୁସାରେ ପୋଲିସ ଅବହେଳା ପାଇଁ ଏଭଳି ଘଟଣା ଘଟିଛି ବୋଲି ଆରକ୍ଷୀ ଅଧିକ୍ଷକଙ୍କୁ କହିବା ସହ ସବିଶେଷ ଆଲୋଚନା କରିଥିଲେ।ଉଚ୍ଚସ୍ତରୀୟ ତଦନ୍ତ କରି ମୁଖ୍ୟ ଅଭିଯୁକ୍ତକୁ ଶୀଘ୍ର ଗିରଫ କରି ଛାତ୍ରୀଙ୍କ ପରିବାରକୁ ନ୍ୟାୟ ଦେବାପାଇଁ ସେମାନେ ଦାବି ରଖିଥିଲେ।

  • Related Posts

    ଛାତ୍ର ସଂସଦ ନିର୍ବାଚନରେ ବିଜେପି ସରକାରୀ କଳର ଅପବ୍ୟବହାର କରୁଛି: ବିଜେଡି

    ଲିଙ୍ଗଡୋ କମିଶନ ନିୟମର ଖୁଲମଖୁଲା ଉଲ୍ଲଙ୍ଘନ କରୁଛନ୍ତି ରାଜ୍ୟ ସରକାର ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରିକ ଅଧିକାରକୁ ହତ୍ୟା କରାଯାଉଛି ବିଜେଡି ପ୍ରାର୍ଥୀଙ୍କୁ ନାମାଙ୍କନ ପ୍ରତ୍ୟାହାର ପାଇଁ ଚାପ ପକାଉଛନ୍ତି ବିଜେପି ମନ୍ତ୍ରୀ ଓ ବିଧାୟକ ଭୁବନେଶ୍ୱର, ୧୦/୧୦/୨୦୨୬: ଛାତ୍ର ସଂସଦ ନିର୍ବାଚନକୁ ନିଜ…

    Continue reading
    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ