ବଡର ଟାଙ୍ଗିଆ ଚୋଟରେ ସାନ ଭାଇ ମୃତ

କାଲିମେଳା : ମାଲକାନଗିରି ଜିଲ୍ଲା କାଲିମେଳା ଥାନା ତାଟିଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି। ମୃତକ ତାଟିଗୁଡା ଗାଁର ଭୀମା ସୋଡ଼ୀ ବୋଲି ଜଣାପଡିଛି। ସୂଚନା ମୂତାବକ ତାଟିଗୁଡା ଗାଁର ଇର୍ମା ସୋଡ଼ୀ ଙ୍କ ମୃତ୍ୟୁ ପରେ ତାଙ୍କର ଦୁଇ ପୁଅ ବଡ ଭାଇ ମାଡା ଏବଂ ସାନ ଭାଇ ଭୀମାଙ୍କ ମଧ୍ୟରେ ଜମିଜମା ବିବାଦକୁ କେନ୍ଦ୍ର କରି ଶତ୍ରୁତା ଲାଗି ରହୁଥିଲା। ଏଥିପାଇଁ ଦୁଇ ଭାଇଙ୍କ ମଧ୍ୟରେ ବାରମ୍ବାର ଝଗଡ଼ା ଲାଗି ରହୁଥିଲା। ବର୍ତ୍ତମାନ ବାଦାମ ଚାଷ କୁ ନେଇ ଦୁଇ ଭାଇଙ୍କ ମଧରେ ମତାନ୍ତର ହେବାରୁ ବଚସା ହୋଇଥିଲା। ଗତ ରାତିରେ ଭୀମା ନିଜ ଜମିରେ ଥିବା କୁଡିଆ ଭିତରେ ଶୋଇଥିବା ସମୟରେ ମାଡା ସେଠାରେ ପହଁଚି ଟାଙ୍ଗିଆ ସାହାଯ୍ୟରେ ଭୀମା କୁ ଆକ୍ରମଣ କରି ହତ୍ୟା କରିଥିବା ଜଣାପଡିଛି । ହତ୍ୟାକାଣ୍ଡ ପରେ ମାଡା ନିଜ ଘରେ ଯାଇ ରହିଥିଲା । ଗୋଟିଏ ଦିନ ପରେ ହତ୍ୟାକାଣ୍ଡ ସମ୍ପର୍କରେ ଘର ଲୋକ ଜାଣି ପୁଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବଡ ଭାଇକୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ହତ୍ୟାକାଣ୍ଡ ରେ ବ୍ୟବହୃତ ଟାଙ୍ଗିଆକୁ ମଧ୍ୟ ଜବତ କରିଛି ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍